ରବିଧାନ ସଂଗ୍ରହ ଠିକ୍‌ ଭାବେ କର

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଆସନ୍ତା ମେ’ ୬ରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ମଣ୍ଡିଗୁଡ଼ିକରୁ ପ୍ରଥମେ ଏହା ଚାଲିବ। ତେବେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ରବିବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ବରଗଡ଼ ଜିଲା ଗସ୍ତରେ ଆସିଥିଲେ। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଯେଭଳି ସୁବିଧାରେ ହୋଇପାରିବ, ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ବୈଠକ ଆରମ୍ଭରୁ ଜିଲାପାଳ ବାନାର୍ଜୀ ରବିଧାନ ସଂଗ୍ରହ ପ୍ରକ୍ରିୟାରେ ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ସମ୍ୟକ୍‌ ସୂଚନା ପ୍ରଦାନ କରିଥିଲେ। ଧାନ ସଂଗ୍ରହ ପ୍ରକ୍ରିୟାରେ ୬୨ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଏବଂ ୩୨ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଅଂଶଗ୍ରହଣ କରିବେ ବୋଲି ସେ ସୂଚନା ଦେଇଥିଲେ। ସେହିପରି ଧାନବିକ୍ରି ପାଇଁ ଜିଲାର ୮୧ହଜାର ୭୦୦ଚାଷୀ ପଞ୍ଜୀକରଣ କରିଥିବା ଜିଲାପାଳ କହିଥିଲେ।
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଯାଦବ ମୁଖ୍ୟତଃ ୪ଟି ଦିଗ ଉପରେ ଧ୍ୟାନ ଦେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ପ୍ରଥମେ ସମସ୍ତ ଚାଷୀମାନଙ୍କ ତାଲିକା ଚୂଡ଼ାନ୍ତ କରିବା ପାଇଁ ଠିକ୍‌ ତଦାରଖ କରି ମେ ୨ତାରିଖ ଭିତରେ ତାହା ଶେଷ କରିବାକୁ ସେ ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଦାଶରଥି ସୋରେନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗୋଦାମ ଗୃହ ଖାଲି କରିବା ସହ ମିଲର୍ସମାନଙ୍କ ତାଲିକା ପ୍ରସ୍ତୁତ କରି ଟାର୍ଗେଟ୍‌ ବଣ୍ଟନ ପାଇଁ ଯାଦବ ନିର୍ଦ୍ଦେଶ ଦେଇଥିଲେ। ବରଗଡ଼ ଉପଜିଲାପାଳ ତଥା ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲାପାଳ ତଥା ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ମିର୍ଦ୍ଧା ଟପ୍ପୋ, ପଦ୍ମପୁର ଉପଜିଲାପାଳ ସଦାକର କୁମ୍ଭାରଙ୍କୁ ପ୍ରତ୍ୟେକ ମଣ୍ଡି ଗସ୍ତ କରି ଆନୁଷଙ୍ଗିକ ବ୍ୟବସ୍ଥାର ତଦାରଖ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକ ତାରପୋଲିନ ପ୍ରତ୍ୟେକ ମଣ୍ଡି ତଥା ପ୍ୟାକ୍ସରେ ଗଚ୍ଛିତ ରଖିବା ତଥା ଚାଷୀଙ୍କ ଧାନ ଯେଭଳି ନଷ୍ଟ ନ ହେବ, ସେଥିପ୍ରତି ଯତ୍ନବାନ ହେବା ପାଇଁ ମଧ୍ୟ ଯାଦବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ରବିଧାନ ସଂଗ୍ରହ ପ୍ରକ୍ରିୟାରେ ଟୋକନ ଅବଧି ଏକମାସ ରହିଥିବାବେଳେ ଚାଷୀମାନେ ସେହି ଅବଧି ମଧ୍ୟରେ ଯେଭଳି ଧାନ ବିକ୍ରି କରିବେ, ସେଥିପ୍ରତି ସେ ଗୁରୁତ୍ୱାରୋପ କରିଥିଲେ। ଛତିଶଗଡ଼ରେ ରବିଧାନ ସଂଗ୍ରହ ପ୍ରକ୍ରିୟା ବ୍ୟବସ୍ଥା ନ ଥିବାବେଳେ ପଦ୍ମପୁର, ଅମ୍ବାଭୋନା ସୀମାନ୍ତ ଅଞ୍ଚଳ ଦେଇ ଛତିଶଗଡ଼ ଧାନ ଯେଭଳି ଓଡ଼ିଶାକୁ ପ୍ରବେଶ ନ କରେ ଏବଂ ଏଠାକୁ ବେଆଇନ ଭାବେ କେହି ଆଣିଲେ ଗାଡ଼ି ଜବତ କରିବା ପାଇଁ ଯାଦବ ବରଗଡ଼ ଓ ପଦ୍ମପୁର ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଆଦିତ୍ୟ ଗୋୟଲ, ଯୋଗାଣ ବିଭାଗ ପରିଚାଳନା ନିର୍ଦ୍ଦେଶକ ଶୁଭମ ସକ୍‌ସେନା ଏବଂ ଅନ୍ୟ ବିଭାଗୀୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri