ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଜିଲାପାଳ ପ୍ରଥମେ ପ୍ରଧାନଶିକ୍ଷକଙ୍କଠାରୁ ସ୍କୁଲର ସାମଗ୍ରିକ ଗତିବିଧି ଓ ଗୁଣାତ୍ମକ ଶିକ୍ଷା ସମ୍ପର୍କରେ ସମୀକ୍ଷା କରିଥିଲେ। ଏହାପରେ ସେ ବିଦ୍ୟାଳୟର ବିଜ୍ଞାନଗାର, ସ୍ମାର୍ଟ ଶ୍ରେଣୀ କକ୍ଷ, ଇ-ଲାଇବ୍ରେରୀ ଏବଂ ସ୍କୁଲ ପରିବେଶ ବୁଲି ଦେଖୁଥିଲେ।

ସେହିପରି ସହରର ବିଦ୍ୟାପୀଠକୁ ମଧ୍ୟ ପରିଦର୍ଶନ କରିଥିଲେ। ସ୍କୁଲ ପରିଦର୍ଶନରେ ଜିଲାପାଳ ଛାତ୍ରୀଛାତ୍ରଙ୍କୁ ଭଲ ପାଠ ପଢ଼ିବା ସହ ଉଚ୍ଚ ଶିକ୍ଷା କରିବାକୁ ଉପଦେଶ ଦେଇଥିଲେ। ଏହି ଗସ୍ତରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, କେସିଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଦ୍ମନାଭ ପୁରୋହିତ, ଅତିରିକ୍ତ ଇଞ୍ଜିନିୟର ଏସ୍‌ଏନ୍‌ ମିଶ୍ର, କନିଷ୍ଠ ଯନ୍ତ୍ରୀ ତ୍ରିଲୋଚନ ବେହେରାଙ୍କ ସମେତ ଉଭୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ସହ ଶିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା...

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’...

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ...

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ,...

ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ...

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ...

କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri