ଏ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେଉ

ଭୁବନେଶ୍ୱର, ୨୨ା୮(ଅସମାପିକା ସାହୁ): ରାଜ୍ୟ ସରକାର ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ କରିବେ ନାହିଁ ବୋଲି ସ୍ପଷ୍ଟ କରିବା ପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଶିକ୍ଷା କ୍ୟାଲେଣ୍ଡରରେ ସରକାର ଛାତ୍ର ସଂସଦ ନିର୍ବାଚନକୁ ସାମିଲ କରି ଏବର୍ଷ ନିର୍ବାଚନ କରିବା ପାଇଁ ଏବିଭିପି ଦାବି କରିଛି। ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ଗୁରୁବାରଠାରୁ ଏବିଭିପି ପକ୍ଷରୁ ବିଭିନ୍ନ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟରେ ଦସ୍ତଖତ ଅଭିଯାନ, ବିକ୍ଷୋଭ ଓ ଦାବି ପ୍ରଦର୍ଶନ କରାଯିବ ବୋଲି ଏବିଭିପି ପ୍ରାନ୍ତ କାର୍ଯ୍ୟାଳୟ ସମ୍ପାଦକ ବୃନ୍ଦାବନ ପ୍ରଧାନ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।
ଏବିଭିପିର ରାଜ୍ୟ ସମ୍ପାଦକ ଅରିଜିତ ପଟ୍ଟନାୟକ କହିଛନ୍ତି, ନେତୃତ୍ୱ ବିକାଶର ଅନ୍ତୁଡ଼ିଶାଳ ଛାତ୍ରସଂସଦ ନିର୍ବାଚନର ଆବଶ୍ୟକତା ରହିଛି। ପୂର୍ବ ସରକାର ଛାତ୍ରନେତାଙ୍କ ଭ୍ରୁଣହତ୍ୟା କରିବା ପାଇଁ ନିର୍ବାଚନ ବନ୍ଦ କରି ଏକଚ୍ଛତ୍ରବାଦ ଶାସନ ଚଳାଇଥିଲେ। କିନ୍ତୁ ଆଜି ରାଜ୍ୟରେ ସରକାର ପରିବର୍ତ୍ତିତ ହୋଇଛି। ଛାତ୍ରସଂସଦ ନିର୍ବାଚନ ହେବାଦ୍ୱାରା କଲେଜର ସାଧାରଣ ସମସ୍ୟା ସାମ୍ନାକୁ ଆସେ ଏବଂ ତା’ର ସମାଧାନ ହୁଏ। ଚଳିତବର୍ଷ ଛାତ୍ରୀଛାତ୍ର ଉତ୍ସାହିତ ଅଛନ୍ତି ଯେ, ନିର୍ବାଚନ ହେଉ ଓ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ସେମାନେ ଲାଭ କରନ୍ତୁ। ଆମେ ୬ ବର୍ଷ ଧରି ଏହି ବିଷୟରେ ଦାବିକରି ଆସିଛୁ, କୋର୍ଟକୁ ମଧ୍ୟ ଯାଇଛୁ। ରାଜ୍ୟ ସରକାର ଚଳିତବର୍ଷ ଛାତ୍ରସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ କ୍ୟାଲେଣ୍ଡରରେ ଯୋଡ଼ିବା ସହ ନିର୍ବାଚନ କରନ୍ତୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ବଡ଼ ବୟାନ ଦେଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ, ଖୁବଶୀଘ୍ର ଭାରତ କରିବ ଆକ୍ରମଣ

ନୂଆଦିଲ୍ଲୀ,୨୮।୪: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ସୋମବାର କହିଛନ୍ତି ଯେ ଗତ ସପ୍ତାହରେ କାଶ୍ମୀରରେ ପର୍ଯ୍ୟଟକମାନଙ୍କ ଉପରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ...

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image