ଶହୀଦ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ସହାୟତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ):୮ ମାସ ଧରି କୋଭିଡ୍‌ ବିରୋଧରେ ଚାଲିଥିବା ଲଢେଇରେ କାମ କରି ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାମାନଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ। ବୁଧବାର ଭିଡିଓ କନଫରେନ୍ସ ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କରୋନା ଯୋଦ୍ଧାଙ୍କର ନିଷ୍ଠାକୁ ପ୍ରଶଂସା କରିଛନ୍ତି।
ଶହୀଦ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ କାମ କରୁଥିବା ସମୟରେ ଶହୀଦ ହୋଇଥିବା ୬୦ ଯୋଦ୍ଧାଙ୍କ ତାଲିକା କେନ୍ଦ୍ର ସରକାରଙ୍କୁ ନିକଟକୁ ପଠାଇଥିଲେ। କିନ୍ତୁ ଭାରତ ସରକାର ମାତ୍ର ଜଣେ ଶହୀଦଙ୍କୁ ସହାୟତା ଦେବାକୁ ସମ୍ମତି ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ପୁଣି ଥରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ କୋଭିଡ୍‌ ପ୍ରୋଟୋକଲକୁ ଅଧିକ ସୁବ୍ୟବସ୍ଥିତ କରାଯାଇଛି। ସୁସ୍ଥ ହେଉଥିବା ଲୋକମାନଙ୍କର ସ୍ବାସ୍ଥ୍ୟର ଗୁଣାତ୍ମକ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଗୃହ ସଙ୍ଗରୋଧରେ ଓ କୋଭିଡ ହସ୍ପିଟାଲରେ ରହିଥିବା ରୋଗୀମାନଙ୍କ ସହିତ ବରିଷ୍ଠ ଅଧିକାରୀମାନେ ସିଧା ଯୋଗାଯୋଗ କରି ସେମାନଙ୍କ ଭଲମନ୍ଦ ପଚାରି ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ଆଣ୍ଟି ଭାଇରାଲ ଔଷଧ ସମ୍ପର୍କରେ ବ୍ୟାପକ ସଚେତନତା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରତ୍ୱ ଦେଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷରୁ ଅଧିକ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ଜାତୀୟ ଆରୋଗ୍ୟ ହାର ୮୯% ପହଞ୍ଚିଛି ବୋଲି ଜଣାପଡିଛି। ରାଜ୍ୟରେ ଗତ ୮ ମାସ ଭିତରେ ୩୬ ଲକ୍ଷ ଟେଷ୍ଟ କରାଯାଇଥିବାବେଳେ ସେଥିରୁୁ ୬.୬୫ ପ୍ରତିଶତ ପଜିଟିଭ ବାହାରିଛି। ଆଗକୁ ପୂଜା ଋତୁ ଆସୁଥିବାରୁ ଅଧିକ ସତର୍କ ରହିବା ସହିତ କୋଭିଡ୍‌ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହାଛଡ଼ା କୋଭିଡ୍‌ ନିୟମାବଳୀ ଏବଂ ଔଷଧ ସେବନ ସଂକ୍ରାନ୍ତରେ ନିୟମିତ ସଚେତନତା ଅଭିଯାନ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ପୋଲିସ କର୍ମଚାରୀମାନେ ଅଧିକ ସଂଖ୍ୟାରେ ପ୍ଲାଜମା ଦାନ କରିବାକୁ ଆଗେଇ ଆସିଥିବାରୁୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଛନ୍ତି।
ମୋ ସରକାରରେ ଲୋକଙ୍କ ଠାରୁ ନିଆଯାଇଥିବା ମତାମତ ଅଧାରରେ ଟେଷ୍ଟିଂ, ଟେଷ୍ଟିଂ ରିପୋର୍ଟ, ରୋଗୀଙ୍କୁ ସୂଚନା ଏବଂ ସେମାନଙ୍କୁ ଚିକିତ୍ସା ଯୋଗାଇ ଦେବା ବ୍ୟବସ୍ଥାକୁ ଆହୁରି ଦକ୍ଷତାର ସହ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୃହ ସଙ୍ଗରୋଧରେ ଥିବା ରୋଗୀମାନଙ୍କ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ କରାଯିବ। କଟକ, ପୁରୀ ଓ ଭୁବନେଶ୍ୱରରେ ୨୧ଲକ୍ଷ ଆଣ୍ଟି ଭାଇରାଲ ମେଡିସିନ ଦିଆଯାଇଛି।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି ଯେ, ରାଜ୍ୟରେ ମୃତ୍ୟୁହାର ୦.୪ ପ୍ରତିଶତ ରହିଛି, ଯାହାକି ଭାରତର ସବୁ ବଡ଼ ରାଜ୍ୟଗୁଡ଼ିକ ମଧ୍ୟରେ ସର୍ବୋତ୍ତମ ସୂଚକାଙ୍କ। ସେହିପରି ସୁସ୍ଥତା ହାରରେ ମଧ୍ୟ ଓଡ଼ିଶା ଦେଶର ରାଜ୍ୟଗୁଡିକ ମଧ୍ୟରେ ଷଷ୍ଠ ସ୍ଥାନରେ ରହିଛି। ସେ କହିଛନ୍ତି ଯେ, ରାଜ୍ୟରେ ଆଇସିୟୁ ଶଯ୍ୟା ଆଦି ବ୍ୟବସ୍ଥା ଲୋକଙ୍କ ଆବଶ୍ୟକତା ପୂରଣ ପାଇଁ ଯଥେଷ୍ଟ ଅଛି। କଟକ ଭୁବନେଶ୍ୱର ପାଇଁ ଅଧିକ ବ୍ୟବସ୍ଥା କରାଯାଇଛି। ପୋଲିସ ମହାନିଦ୍ଦେର୍ର୍ଶକ ଅଭୟ କହିଥିଲେ ଯେ, ପୋଲିସ କର୍ମଚାରୀଙ୍କ ମଧ୍ୟରେ ସଂକ୍ରମଣ କମୁଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ସଞ୍ଜୟ ସିଂହ କହିଛନ୍ତି ଯେ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୃହ ସଙ୍ଗରୋଧ ଏବଂ ଆଣ୍ଟିଭାଇରାଲ ଥେରାପି ପାଇଁ ଏକ ସ୍ବତନ୍ତ୍ର ଅଭିଯାନ କରାଯାଇଛି। ବୈଠକରେ ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri