ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ

କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିରରେ ଲିଖିତ ଅଭିଯୋଗ କରାଯାଇଛି।

ସୂଚନା ଯୋଗ୍ୟ, ଓଡ଼ିଶା ପଞ୍ଚାୟତିରାଜ ଓ ଜଳ ପରିମଳ ବିଭାଗ ଦ୍ୱାରା ୨୦୧୭ ରୁ ରାଜ୍ୟର ପ୍ରତି ପଞ୍ଚାୟତରେ ଜଣେ ଲେଖାଏ ସ୍ବେଚ୍ଛାଗ୍ରାହୀଙ୍କୁ ନିଯୁକ୍ତି ଦିଆଯାଇଛି। ସ୍ବଚ୍ଛ ଭାରତ ମିଶନରେ ଏହି କର୍ମଚାରୀମାନେ କାର୍ଯ୍ୟ ସମ୍ପାଦନ କରିଆସୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୋଟିଭେଟର ଭାବେ ନିୟୋଜିତ କରାଯିବା ସହ ସ୍ବଚ୍ଛ ଭାରତ ମିଶନରେ ପ୍ରତି ପଞ୍ଚାୟତରେ ଲୋକଙ୍କୁ ପାଇଖାନା ନିର୍ମାଣ ଓ ପରିମଳ ବ୍ୟବସ୍ଥା ଉପରେ ସଚେତନ କରି ଗ୍ରାମକୁ ବାହ୍ୟ ମଳମୁକ୍ତ କରିବାରେ ପ୍ରମୁଖ ଭୂମିକା ରହିଥିଲା।

ଦ୍ୱିତୀୟ ପର୍ଯ୍ୟାୟରେ ସ୍ବେଚ୍ଛାଗ୍ରାହୀ ଭାବେ ନିୟୋଜିତ କରି ପ୍ରତି ପଞ୍ଚାୟତର ସ୍ବଚ୍ଛ ଭାରତ ସମ୍ବନ୍ଧୀୟ କାଗଜପତ୍ର ସଂଗ୍ରହକରି ବ୍ଲକ୍‌କୁ ଦେବା ସହ ମୋବାଇଲ ଆପ୍‌ରେ ଅପ୍‌ଡେଟ୍‌ କରୁଥିଲେ। ତେବେ ବର୍ତ୍ତମାନ ସ୍ଥିତିରେ ସେମାନଙ୍କୁ ଅଣଦେଖାକରି କୌଣସି କାର୍ଯ୍ୟରେ ସାମିଲ କରାଯାଉ ନାହିଁ କିମ୍ବା ପାରିଶ୍ରମିକ ମଧ୍ୟ ଦିଆଯାଉ ନାହିଁ। ପୂର୍ବରୁ ଅଭିଯୋଗ ଶୁଣାଣିରେ ଦାବି ଉପସ୍ଥାପନ କରିବା ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଫଳରେ ପରିବାର ପ୍ରତିପୋଷଣ କଷ୍ଟସାଧ୍ୟ ହେଉଛି ବୋଲି ସ୍ବେଚ୍ଛାଗ୍ରାହୀମାନେ କହିଛନ୍ତି। ଦାବି ପ୍ରଦାନ ସମୟରେ ଜିଲା ସଭାପତି ଦୁରିଆଙ୍କ ସମେତ ଧର୍ମେନ୍ଦ୍ର କୁମାର ନାଗ, ସୁଶାନ୍ତ ବାଗ, ସୁକାନ୍ତି ନାଏକ, ଉପେନ୍ଦ୍ର ସୁନାନୀ, ଜିତେନ୍ଦ୍ର ପ୍ରଧାନ, ମଳୟ ନିଆଲ, ସୁନୀଲ ନାଏକ, ଗୋପବନ୍ଧୁ ସାହୁ, ଗୌରଚନ୍ଦ୍ର କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା...

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ...

ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି...

ଦୁର୍ନୀତିକୁ ଦିଆଯିବନି ପ୍ରଶୟ: ଅଙ୍ଗନାୱାଡି କର୍ମୀଙ୍କୁ ଶପଥ ପାଠ କରାଇଲେ ସିଡିପିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏନେଇ ସଚେତନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡିର ସମନ୍ବିତ ଶିଶୁ...

ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍‌ଏମ୍‌ଏସ୍‌) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ...

ଅଳିଆ ଗଦାରେ ଦାରିଙ୍ଗବାଡି: ପରିମଳ ନିୟନ୍ତ୍ରଣ ପାଇଁ ନିବେଦନ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ)-ଅଳିଆ ଗଦାରେ ଦାରିଙ୍ଗବାଡି। ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ରହିଥିବା ଦାରିଙ୍ଗବାଡି ଏବେ ପରିବେଶ ଦୂଷିତ ହେବାରେ ଲାଗିଛି। ସହରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri