ବରିଷ୍ଠ କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଏବଂ ଅସଦାଚରଣ ଭଳି କାର୍ଯ୍ୟ ପାଇଁ ରାଜ୍ୟ ସରକାର ଶୂନ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଥିଲେ। ସେହିପରି ଦୁର୍ନୀତି ଅଭିଯୋଗରେ ପୂର୍ବତନ କୋରାପୁଟ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ରାଜ୍ୟ ସରକାର ସୋମବାର ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନୀତି ଅଭିଯୋଗରେ ଜୁଲାଇ ୨ ତାରିଖରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ଭୁବନେଶ୍ୱର ଯିବା ବାଟରେ ତାଙ୍କଠାରୁ ଭିଜିଲାନ୍ସ ୧୧ ଲକ୍ଷ ଟଙ୍କା ଜବତ କରିଥିଲା। ସେ ତାହାର ହିସାବ ଦେଇ ପାରି ନ ଥିଲେ। ସେହିଦିନ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହାପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା। ଭିଜିଲାନ୍ସ ଚଢଉ ବେଳେ ତାଙ୍କର ୩.୫ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଥିଲା। ଦୁର୍ନୀତି କ୍ଷେତ୍ରରେ ଶୂନ ସହନଶୀଳତା ନୀତି ବଳରେ ପି.କେ. ମହାନ୍ତିଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସରକାରଙ୍କ ପକ୍ଷରୁ ପ୍ରକାଶିତ ପ୍ରେସ୍‌ ବିଜ୍ଞପ୍ତିରେ କୁୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri