ନଦୀ କଇଁଛଙ୍କ ସୁରକ୍ଷା ଚିନ୍ତା

ଢେଙ୍କାନାଳ ଅଫିସ, ୧୬।୧୨ – ଢେଙ୍କାନାଳ ଜିଲାର ବିସ୍ତୀର୍ଣ୍ଣ ନଦୀ ଅବବାହିକା ବିରଳ ପ୍ରଜାତିର କଇଁଛଙ୍କ ସୁରକ୍ଷିତ ଆଶ୍ରୟସ୍ଥଳ ପାଲଟିଛି। ଏମାନଙ୍କୁ ସୁରକ୍ଷା ଦେବାକୁ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଉଦ୍ୟମ ଜାରି ରହିଥିବାବେଳେ ବନ ବିଭାଗ ପକ୍ଷରୁ ଏକ ପ୍ରକଳ୍ପ କରାଯିବାକୁ ଯୋଜନା କରାଯାଉଛି। ଏଥିଲାଗି ୩୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। କେବଳ ଏତିକି ନୁହେଁ, କଇଁଛ ଅଣ୍ଡା ଦେଉଥିବା ସ୍ଥାନ ଚିହ୍ନଟ କରି ମାଛ ମାରିବା ଉପରେ କଟକଣା ଜାରି କରାଯିବ। ମାଛ ଧରି ଜୀବିକା ନିର୍ବାହ କରୁଥିବା ବ୍ୟକ୍ତିଙ୍କୁ କଇଁଛଙ୍କ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯିବାକୁ ନିଷ୍ପତ୍ତି ହୋଇଛି।
ବ୍ରାହ୍ମଣୀ ନଦୀ ତଟବର୍ତ୍ତୀ ବଣସିଂହ, ଶଙ୍କରପୁର, ରାଧାଦେଈପୁର, ରାଙ୍କିଆ ମଧୁର ଜଳ କଇଁଛଙ୍କ ପ୍ରଜନନସ୍ଥଳୀ ପାଲଟିଛି। ନଭେମ୍ବରରୁ ଫେବୃୟାରୀ ମଧ୍ୟରେ ଏସବୁ ସ୍ଥାନକୁ ଗଣ ଅଣ୍ଡାଦାନ ପାଇଁ କଇଁଛ ଆସୁଛନ୍ତି। ତେବେ କୋକିଶିଆଳି ସମେତ ଅନ୍ୟ ବନ୍ୟଜନ୍ତୁ ଅଣ୍ଡା ନଷ୍ଟ କରିଦେଉଛନ୍ତି। ତେଣୁ ବିଧିବଦ୍ଧ ଭାବେ ଏକ ପ୍ରକଳ୍ପ କରି କଇଁଛ ଏବଂ ଅଣ୍ଡାକୁ ସୁରକ୍ଷା ଦେବାକୁ ବନ ବିଭାଗ ଚିନ୍ତା କରୁଛି। ଏହି ପରିପ୍ରେକ୍ଷୀରେ ନଦୀକୂଳିଆ ଅଞ୍ଚଳବାସୀଙ୍କୁ ସଚେତନ କରାଯିବ। ଆବଶ୍ୟକ ସମୟରେ ଅଣ୍ଡାଗୁଡ଼ିକୁ ସୁରକ୍ଷିତ ରଖିବାକୁ ହାଚେରି ହେବ। ନଦୀରେ ପାଣି ଆସିଲେ ଅଣ୍ଡାଗୁଡ଼ିକୁ ସେଠାକୁ ସ୍ଥାନାନ୍ତର କରାଯିବ। ପାଣି ଛାଡିଲେ ପୁଣି ଅଣ୍ଡାଗୁଡିକ ଯଥା ସ୍ଥାନରେ ଆଣି ରଖାଯିବ। ଏହି କାର୍ଯ୍ୟରେ ସହଯୋଗ କରୁଥିବା ଲୋକଙ୍କୁ ଆର୍ଥିକ ସହାୟତା ବ୍ୟବସ୍ଥା ରହିବ। ୩ଦିନ ତଳେ ଜିଲା ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଡା. ପ୍ରକାଶଚାନ୍ଦ ଗୋଗିନେନି କଇଁଛ ଅଣ୍ଡାଦେବା ସ୍ଥାନ ପରିଦର୍ଶନ କରିଛନ୍ତି। ଏହାପରେ ପ୍ରକଳ୍ପକୁ ଚୂଡ଼ାନ୍ତ ରୂପ ଦେବାକୁ ପ୍ରସ୍ତୁତି ଆରମ୍ଭ କରାଯାଇଥିବା ଡିଏଫ୍‌ଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri