ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ ଭୁବନେଶ୍ୱରରୁ କେବଳ ୨୧ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୮ ଓ ସୁନ୍ଦରଗଡ଼ରୁ ୭ଜଣ ଲେଖାଏ ପ୍ରାଣ ହରାଇଥିବା ବେଳେ ମୟୁରଭଞ୍ଜ ଓ ପୁରୀରୁ ୬ଜଣଙ୍କର କରୋନାରେ ଜୀବନ ଯାଇଛି। ସେହିଭଳିି ବରଗଡ଼ରୁ ୪, ନୟାଗଡ଼ରୁ ୩, ଅନୁଗୋଳ, ଭଦ୍ରକ, ବୌଦ୍ଧ, ଗଜପତି, ଯାଜପୁର, କଳାହାଣ୍ଡି, କନ୍ଧମାଳ ଓ ଜଗତସିଂହପୁରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share