Categories: ବାଣିଜ୍ୟ

ଶରତ ସାହୁଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୫।୧୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାର ମୁଖ୍ୟ ପ୍ରାୟୋଜକ ‘ରୁଚି ମସଲା’କୁ ବାଲିଯାତ୍ରା ଆୟୋଜନ ସମିତି ତଥା କଟକ ଜିଲା ପ୍ରଶାସନ ପକ୍ଷରୁ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, କଟକ ବାଲିଯାତ୍ରା ପଡିଆର ବୈଷ୍ଣବ ପାଣି ମଞ୍ଚଠାରେ ସୋମବାର ଆୟୋଜିତ ଏକ ସମ୍ମାନ ସମାରୋହ ଉତ୍ସବରେ ରୁଚି ମସଲାକୁ ସମ୍ମାନିତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘ରୁଚି’ର ପରିଚାଳନା ନିର୍ଦ୍ଦେଶକ ଡ. ଶରତ ସାହୁଙ୍କୁ ସମ୍ମାନଫଳକ ପ୍ରଦାନ ସ୍ବରୂପ ସମ୍ମାନିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, କଟକ ମେୟର ସୁବାସ ଚନ୍ଦ୍ର ସିଂ, ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ, କଟକ ଡିସିପି ପିନାକ ମିଶ୍ର, ଜିଲାପାଳ ନରହରି ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

Share