Categories: ଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ କମିଶନରଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

ନୂଆଦିଲ୍ଲୀ, ୭ା୫ କଂଗ୍ରେସ ଭୋଟବ୍ୟାଙ୍କ ପାଇଁ ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇ ଲକ୍ଷ୍ମଣରେଖା ଉଲ୍ଲଂଘନ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି କଂଗ୍ରେସ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି। ଶୁକ୍ରବାର କର୍ନାଟକର ବେଲାରୀରେ ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କଂଗ୍ରେସ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଭୋଟ ବ୍ୟାଙ୍କ ପାଇଁ ଏହି ସର୍ବପୁରାତନ ଦଳ ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ଓ ଆଶ୍ରୟ ଯୋଗାଇଦେଇଥିବା ସେ କହିଥିଲେ। କର୍ନାଟକରେ ବାତାବରଣର ଧ୍ରୁବୀକରଣ କରୁଥିବା ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ମଧ୍ୟ କଂଗ୍ରେସ ମୁଖ୍ୟ  ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ହୋଇଛି।

 

Share