ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ମଙ୍ଗଳବାର ରମେଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାୟକ ରମେଶ ନିଜ ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ପରେ ରିଟର୍ନିଂ ଅଫିସର ଦେବବ୍ରତ ସାହୁଙ୍କୁ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହି ଅବସରରେ କଂଗ୍ରେସ କର୍ମୀଙ୍କ ଉତ୍ସାହ ଦେଖିବାକୁ ମିଳିଥିଲା।