ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା ପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟ ଓ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Share