କିଶୋର ପଟେଲଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୯।୫: ବ୍ରଜରାଜନଗରରେ ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ସୋମବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ଚନ୍ଦ୍ର ପଟେଲଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛି କଂଗ୍ରେସ।
ଏପଟେ ଆଜି ବିଜେଡି ପକ୍ଷରୁ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ପକ୍ଷରୁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଚୟନ କରାଯାଇଛି।

Share