Posted inଜାତୀୟ

କଂଗ୍ରେସ ଏମିତି ଏକ ସ୍କୁଲ, ଯେଉଁଠି ପ୍ରଧାନଶିକ୍ଷକଙ୍କ ପିଲା ରୁହନ୍ତି ଶୀର୍ଷରେ: ନରୋତ୍ତମ

ନୂଆଦିଲ୍ଲୀ,୨୪।୮:କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ଏବେ ଚାଲିଛି ଚର୍ଚ୍ଚା। ଗତ ବର୍ଷ ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ସୋନିଆ ଗାନ୍ଧୀ ଅସ୍ଥାୟୀ ଭାବେ ଦଳର ନେତୃତ୍ୱ ନେଇଥିଲେ। ଅନ୍ୟପଟେ କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ମଧ୍ୟପ୍ରଦେଶ ମନ୍ତ୍ରୀ ନରୋତ୍ତମ ମିଶ୍ର ନିଜର ମତ ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ଏମିତି ଏକ ସ୍କୁଲ ଯେଉଁଠି କେବଳ ପ୍ରଧାନଶିକ୍ଷକଙ୍କ ପିଲାମାନେ ହିଁ ଶୀର୍ଷରେ ରହିଥାଆନ୍ତି। କଂଗ୍ରେସରେ ଏବେ ଅଧ୍ୟକ୍ଷ ପଦ ପାଇଁ ଯେଉଁ ଯୋଗ୍ୟ ପ୍ରାର୍ଥୀମାନେ ରହିଛନ୍ତି ସେମାନେ ହେଲେ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ରିହାନ ଭଦ୍ରା ଓ ମିରାୟା ଭଦ୍ରା। ଏଥିରୁ କଂଗ୍ରେସ ଦଳର ସଦସ୍ୟମାନେ ବୁଝିଯିବା କଥା ଯେ ଏହା ଏମିତି ସ୍କୁଲ ଯେଉଁଠି କେବଳ ପ୍ରଧାନଶିକ୍ଷକଙ୍କ ପିଲାମାନେ ଶୀର୍ଷରେ ରହି ଆସିଛନ୍ତି। ସୂଚନାଯୋଗ୍ୟ, କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକର ଅବ୍ୟବହିତ ପୂର୍ବରୁ ସୋନିଆ ଗାନ୍ଧୀ ଦଳର ଅନ୍ତରୀଣ ଅଧ୍ୟକ୍ଷ ପଦ ଛାଡ଼ିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ସୋମବାର ହେବାକୁ ଥିବା ସିଡବ୍ଲ୍ୟୁସି ବୈଠକରେ ସେ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇପାରନ୍ତି। କଂଗ୍ରେସର ୨୩ ଏମ୍‌ପି ଏବଂ ବରିଷ୍ଠ ନେତା ଦଳରେ ସଂସ୍କାର ଓ ସାଙ୍ଗଠନିକ ଢାଞ୍ଚାରେ ପରିବର୍ତ୍ତନ ଆଣିବା ଲାଗି ସୋନିଆଙ୍କ ନିକଟକୁ ଚିଠି ଲେଖିବା ପରେ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପଟେ ରାହୁଲ ପୁଣିଥରେ ଅଧ୍ୟକ୍ଷ ପଦ ସମ୍ଭାଳନ୍ତୁ ବୋଲି ମଧ୍ୟ ଅନେକେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲେ ମାଳଦ୍ୱୀପ ରାଷ୍ଟ୍ରପତି: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ୍‌’, ଆଉ ଏବେ ‘ଥ୍ୟାଙ୍କ୍‌ ୟୁ’

ନୂଆଦିଲ୍ଲୀ/ମାଲେ: ଆଜିକାଲି ମାଳଦ୍ୱୀପ ଆର୍ଥିକ ସମସ୍ୟା ଦେଇ ଗତି କରୁଛି। ଭାରତ ଜରୁରୀକାଳୀନ ଆର୍ଥିକ ସହାୟତା ପ୍ରଦାନ କରି ମାଳଦ୍ୱୀପକୁ ପୁଣିଥରେ ଏକ ବର୍ଷ ପାଇଁ...

ଭାରତରେ ହେବାକୁ ଥିଲା କ୍ୱାଡ୍‌ ସମ୍ମିଳନୀ, ଶେଷ ମୁହୂର୍ତ୍ତରେ କାହିଁକି ହେଲା ଆମେରିକାରେ ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍‌ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି।...

ଅସୁରକ୍ଷିତ ଖାଦ୍ୟ: ବର୍ଷକୁ ୪.୨ ଲକ୍ଷ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୯: ବିଶ୍ୱରେ ଅସୁକ୍ଷିତ ଖାଦ୍ୟ ଖାଇ ପ୍ରତିବର୍ଷ ୬୦୦ ନିୟୁତ ଲୋକ ରୋଗଗ୍ରସ୍ତ ହେଉଥିବାବେଳେ ୪ ଲକ୍ଷ ୨୦ ହଜାର ପ୍ରାଣ ହରାଉଛନ୍ତି। ଅସୁରକ୍ଷିତ ଖାଦ୍ୟ...

ପାକ୍‌ ମନ୍ତବ୍ୟ: ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା

ନୂଆଦିଲ୍ଲୀ,୨୧ା୯: କର୍ନାଟକ ହାଇକୋର୍ଟର ବିଚାରପତି ବେଦବ୍ୟାସଚାର ଶ୍ରୀଶାନନ୍ଦ ନିକଟରେ ଏକ ମାମଲାର ଶୁଣାଣି ବେଳେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ ରାଜ୍ୟର ମୁଖ୍ୟ ବିଚାରପତିଙ୍କଠାରୁ...

ଲୋକଙ୍କ ଆସ୍ଥା ସହ ଖେଳ

ନୂଆଦିଲ୍ଲୀ,୨୧ା୯: ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌....

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri