କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ରାଜ୍ୟର ପ୍ରମୁଖ ବିରୋଧୀଦଳ ବିଜେଡିର ସାଲିସ୍‌ ନୀତି ଯୋଗୁ ଏବେ କଂଗ୍ରେସ ଲୋକଙ୍କ ଆସ୍ଥାଭାଜନ ହେଉଛି। ଏହି କ୍ରମରେ ଗୁଣପୁର ଓ ରାୟଗଡ଼ାରେ ବିଜେଡି ଗଡ଼ ଭୁଶୁଡ଼ିପଡ଼ିଛି ବୋଲି ଭକ୍ତ କହିଛନ୍ତି।

ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ଗୁଡାରୀ ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀ ଶବରଙ୍କଠାରୁୁ ଆରମ୍ଭ କରି ସରପଞ୍ଚ ଓ ଓ୍ବାର୍ଡମେମ୍ବରଙ୍କ ପର୍ଯ୍ୟନ୍ତ ଅନେକ ବିଜେଡି କର୍ମୀ ଏବେ କଂଗ୍ରେସ ଉପରେ ଆସ୍ଥା ପ୍ରକଟ କରିଛନ୍ତି। କଂଗ୍ରେସର ଏହି ମିଶ୍ରଣ ଅଭିଯାନ ଜାରି ରହିବ। ଆଗାମୀ ଦିନରେ କଂଗ୍ରେସ ରାଜ୍ୟବାସୀଙ୍କ ବିକଳ୍ପ ହେବ ବୋଲି ଭକ୍ତ କହିଛନ୍ତି।

ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଲକ୍ଷ୍ମୀଙ୍କ ସହିତ ତିନିଶହରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗଦେଇଛନ୍ତି। ଏହି ଅବସରରେ ଭକ୍ତ କହିଲେ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଆଦର୍ଶ ଓ ସଂଗ୍ରାମ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ତ୍ୟାଗରେ ଅନୁପ୍ରାଣିତ ହୋଇ ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗୁଡ଼ାରି ବ୍ଲକ ଅଧ୍ୟକ୍ଷ, ଉପସଭାପତି, ଯୁବ ସଭାପତି, ଛାତ୍ର ସଭାପତି, ସମିତି ସଭ୍ୟ, ସରପଞ୍ଚ ଓ ତିନିଶହରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଂଗ୍ରେସ ଦଳରେ ଯୋଗଦେଇଛନ୍ତି।

କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକାଙ୍କର ଜନସେବା, ରାୟଗଡ଼ା ଏବଂ କୋରାପୁଟ ଜିଲାର ବିକାଶ ପାଇଁ ତାଙ୍କର ସଂକଳ୍ପ ଓ ନିର୍ଭର ପ୍ରତିଶ୍ରୁତି ହିଁ କଂଗ୍ରେସରେ ଯୋଗଦେବାକୁ ସେମାନଙ୍କୁ ଉତ୍ସାହିତ କରିଥିଲା।

ଏହି ଅବସରରେ ଗୁଡ଼ାରି ବ୍ଲକ ବିଜେଡି ସଭାପତି କାଶୀ ବଳିଆରସିଂ ପ୍ରମୁଖଙ୍କୁ ପିସିସି ସଭାପତି ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଆନୁଷ୍ଠାନିକ ଭାବେ ଦଳରେ ସାମିଲ କରିଥିଲେ। ଏହି କାର୍ଯ୍ୟକ୍ରମରେ ଗୁଣପୁର ବିଧାୟକ ସତ୍ୟଜିତ ଗମାଙ୍ଗ, ବିଧାୟକ ସାଗର ଦାସ, ପୂର୍ବତନ ରାୟଗଡ଼ା ଜିଲା କଂଗ୍ରେସ ସଭାପତି ଦୁର୍ଗା ପ୍ରସାଦ ପଣ୍ଡା, ପୂର୍ବତନ ସାଂସଦ ନକୁଳ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri