ଘରେ ଘରେ ପ୍ରଚାର କରୁଛନ୍ତି କଂଗ୍ରେସ ନେତ୍ରୀ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କଂଗ୍ରେସର ଗଡ଼ କୁହାଯାଉଥିବା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏବେ ବିଜେଡି ଶାସନ କରୁଛି। ବୃହତ ବ୍ଲକ ଭାବେ ରହିଥିବା ଦାରିଙ୍ଗବାଡ଼ି ବ୍ଲକ ପଞ୍ଚାୟତ ସମିତି ବିଜେଡି ହାତରେ ରହିଥିବା ବେଳେ ଜିଲା ପରିଷଦର ଦୁଇଟି ଜୋନ୍‌ ତଥା ୧୦ ନଂ ଜୋନ୍‌ ବିଜେଡି ଓ ୧୧ ନଂ ଜୋନ୍‌ କଂଗ୍ରେସ ହାତରେ ଶାସନ ରହିଛି। ସେହିପରି ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ପଦବୀ ମଧ୍ୟ ବିଜେଡି ହାତରେ ରହିଛି। ଏବେ ନିଜ ଗଡ଼ କହୁଥିବା କଂଗ୍ରେସ ପୁଣି ବିଧାୟକ ପଦବୀଠାରୁ ଆରମ୍ଭ କରି ପଞ୍ଚାୟତ, ବ୍ଲକ ସ୍ତରରେ ନିଜ ମତଦାତା ସଂଖ୍ୟାକୁ ବୃଦ୍ଧି କରିବା ସହ ଆସନ୍ତା ସାଧାରଣ ନିର୍ବାଚନରେ ବିଜୟୀ କରିବାକୁ ଉଦ୍ୟମ କରୁଛି।

ଏହି ଅବସରରେ କଂଗ୍ରେସର କର୍ମକର୍ତ୍ତାମାନେ ଘରେ ଘରେ ହାତକୁ ନେଇ ପ୍ରଚାର ପ୍ରସାର କରିବା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା ସମ୍ପର୍କରେ ଲୋକଙ୍କ ନିକଟରେ ପହଞ୍ଚି ପ୍ରଚାର ପ୍ରସାର ଚଳାଇଛନ୍ତି। ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସମ୍ପାଦିକା ବିଳାସିନୀ ନାୟକ ଘରକୁ ଘର, ସରକାରୀ ଓ ବେସରକାରୀ ଅଞ୍ଚଳରେ ବୁଲି ଲୋକଙ୍କୁ କଂଗ୍ରେସ ଦଳ ସମ୍ପର୍କରେ ବୁଝାଇବା ସହ ବିଜେଡି ଓ ଭାଜପା ଦଳର ପ୍ରତିଶ୍ରୁତି ଓ ପ୍ରତାରଣା ତଥା କୃଷି କୃଷକର ସମସ୍ୟା, ବେକାରୀ ଯୁବତୀ ଓ ଯୁବକଙ୍କ ନିଯୁକ୍ତି ସମସ୍ୟା, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା, ବସ୍ତି ବାସିନ୍ଦା ଓ ଗରିବ ବାସହୀନଙ୍କ କଥା କହିବା ସହ ବିଜେଡି ସରକାରଙ୍କ ୨୩ ବର୍ଷ ଶାସନରେ ରହିଥିବା ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ଏଥିସହ କଂଗ୍ରେସ ଶାସନ ସମୟରେ ଓଡ଼ିଶା ପ୍ରତି ଅବଦାନ ରହିଥିବା ଲୋକଙ୍କୁ କୁହାଯାଉଛି। କଂଗ୍ରେସର କର୍ମକର୍ତ୍ତା ବିଭିନ୍ନ ଅଞ୍ଚଳରେ ଏଭଳି ପ୍ରଚାରକୁ ଜୋରଦାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri