Posted inଜାତୀୟ

ଭାଜପାରେ ଯୋଗ ଦେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦିକ୍ଷିତଙ୍କ ପୁଅ!

ନୂଆଦିଲ୍ଲୀ,୧୯।୮: ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଆମ ଆଦମୀ ପାର୍ଟି(ଏଏପି) ବିରୋଧୀ ‘ଇଣ୍ଡିଆ’ ମିଳିତ ମଞ୍ଚର ଏକ ଅଂଶ (I.N.D.I.A)। ଯଦିଓ ’ଏଏପି’ ର କଂଗ୍ରେସ ସହ ସମ୍ପର୍କ ଏତେ ଭଲ ନାହିଁି, କିନ୍ତୁ ମେଣ୍ଟରେ ଯୋଗଦେବା ପରେ କଂଗ୍ରେସ ଏକ ନରମ ଆଭିମୁଖ୍ୟ ଗ୍ରହଣ କରିଛି। ନିକଟରେ ଯେତେବେଳେ ଦିଲ୍ଲୀର ଆସନରେ ନିର୍ବାଚନ ସମ୍ପର୍କରେ କଥାବାର୍ତ୍ତା ଆରମ୍ଭ ହୋଇଥିଲା, ସେତେବେଳେ କଂଗ୍ରେସ ମଧ୍ୟ ସ୍ପଷ୍ଟ କରି ଏହି ମାମଲାକୁ ଶାନ୍ତ କରିବାକୁ ଚେଷ୍ଟା କଲା, କିନ୍ତୁ ଦିଲ୍ଲୀରେ ନିଜେ କଂଗ୍ରେସର ଜଣେ ବରିଷ୍ଠ ନେତା ଶାନ୍ତ ନୁହଁନ୍ତି ଏବଂ କେଜରିୱାଲ ଏବଂ ଆମ ଆଦମୀ ପାର୍ଟିକୁ ଲଗାତାର ଟାର୍ଗେଟ କରୁଛନ୍ତି।

କଂଗ୍ରେସ ନେତା ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ପୁଅ ସନ୍ଦୀପ ଦୀକ୍ଷିତ ଗତ କିଛି ଦିନ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଟାର୍ଗେଟ କରିଥିଲେ। ଦିଲ୍ଲୀ ସେବା ଆଇନ ବାହାନା କରି ସନ୍ଦୀପ ଦୀକ୍ଷିତ କେଜରିୱାଲଙ୍କ ଉପରେ ଆକ୍ରମଣ କରୁଛନ୍ତି, ଯାହା ଆମ ଆଦମୀ ପାର୍ଟି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଶେଷ କଥା ହେଉଛି ସନ୍ଦୀପ ଦୀକ୍ଷିତ ଏହି ପ୍ରସଙ୍ଗରେ ଯାହା କହୁଛନ୍ତି ତାହା ପାର୍ଟି ଲାଇନଠାରୁ ସମ୍ପୂର୍ଣ୍ଣ ଭିନ୍ନ।
ଏଭଳି ପରିସ୍ଥିତିରେ ସନ୍ଦୀପ ଦୀକ୍ଷିତ କଂଗ୍ରେସଠାରୁ ଅଲଗା ହୋଇ ନୂଆ ସ୍ଥାନ ଖୋଜୁଛନ୍ତି କି ବୋଲି ପ୍ରଶ୍ନ ଉଠିଛି। ପ୍ରଶ୍ନ ମଧ୍ୟ ହେଉଛି ସେ ଭାଜପାରେ ଯୋଗଦେବାକୁ ପ୍ରସ୍ତୁତ ହେଉଛନ୍ତି କି ନାହିଁ, କାରଣ ଦିଲ୍ଲୀରେ ଦେଇଥିବା ବୟାନରୁ ଭାଜପା ସର୍ବାଧିକ ଲାଭ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ...

ମିଛ ପ୍ରଚାର କରିବାରେ ଅମିତ ଶାହା ସବୁଠୁ ଆଗରେ: ଖାର୍ଗେ

ନୂଆଦିଲ୍ଲୀ, ୨୧।୯: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଜମ୍ମୁରେ ପହଞ୍ଚିଛନ୍ତି। ସେ ଜମ୍ମୁ କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଦଳର ପ୍ରାର୍ଥୀ ତାରା ଚାନ୍ଦଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri