ମନମୋହନଙ୍କ ବିୟୋଗରେ କଂଗ୍ରେସର ଶୋକ

କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ରାତିରେ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନମୋହନଙ୍କ ବିୟୋଗରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପ୍ରକାଶ କରାଯାଇଛି। ଏଭଳିସ୍ଥିତିରେ ଶୁକ୍ରବାର କେନ୍ଦୁଝର କଂଗ୍ରେସ ଭବନରେ କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ଜିଲା ସଭାପତି ସୁନେଶ ଧୀରଙ୍କ ସଭାପତିତ୍ୱରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି l

ଏହି ଅବସରରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ରାଜ୍ୟ କଂଗ୍ରେସ ସମ୍ପାଦକ ସଂଗ୍ରାମ ଦାସ, ରାଜ୍ୟ ମହିଳା କଂଗ୍ରେସ ଉପସଭାନେତ୍ରୀ ସଂଗୀତା ସିଂହ, ପୂର୍ବତନ ବିଧାୟକ ଇଂ.ସୁବର୍ଣ୍ଣ ନାୟକ, ପିସିସି ସଦସ୍ୟ ଲଳିତ ମୋହନ ନାୟକ, ଜିଲା କଂଗ୍ରେସ ମିଡ଼ିଆ ଅଧ୍ୟକ୍ଷ ଦିଲୀପ କୁମାର ସାହୁ, ସଦର ବିଧାନସଭା ଯୁବ କଂଗ୍ରେସ ସଭାପତି ସୌମ୍ୟରଞ୍ଜନ ରାଉତ, ସଦର ବ୍ଲକ କଂଗ୍ରେସ ସଭାପତି ଉତ୍ତମ କୁମାର ସାହୁ, ଜିଲା କଂଗ୍ରେସ ସୋସିଆଲ ମିଡ଼ିଆ ସଭାପତି ସୁଢଳ କୁମାର ସେଠୀ, କଂଗ୍ରେସ ନେତା ରତ୍ନାକର ଜେନା, ରଘୁନାଥ ପାତ୍ର, ଯୁବ କଂଗ୍ରେସ ନେତା ଅମିତ କୁମାର ରାଉତ, ସୁନୀଲ କୁମାର ମୁଣ୍ଡା, ସୁକୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri