ଭୁବନେଶ୍ୱର,୨୨।୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ହେଉଛି। କିଏ କାହିଁକି ଏଭଳି କାଣ୍ଡ କରିଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ସମୟରେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। କିଏ ଓ କାହିଁକି କାଳିମାଡ଼ କଲା ଚିହ୍ନଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ କାହା ଇଙ୍ଗିତରେ ଏପରି ଘଟଣା ଘଟିଛି ତାହାର ତଦନ୍ତ ହେବ।
କାଳିମାଡ଼କୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ରଖି କହିଥିଲେ, ଏହା ମୋ ପାଇଁ ନୂଆ ନୁହେଁ, ମୁଁ ଦବିଯିବିନି। ପୂର୍ବଥର ପିସିସି ସଭାପତି ଥିବା ବେଳେ ଅଣ୍ଡା, ପଥର ମାଡ଼ ହୋଇଥିଲା। ଏସବୁ ନେଇ ମୁଁ ବ୍ୟଥିତ ନୁହେଁ କି ଦବି ଯିବାର ପ୍ରଶ୍ନ ଉଠୁନାହିଁ।