
ଭୁବନେଶ୍ୱର,୨୭।୩: ବିଧାନସଭା ଘେରାଉ ପାଇଁ ବାହାରିଲା କଂଗ୍ରେସ। ରାମମନ୍ଦିର ଛକରୁ କଂଗ୍ରେସର ପଦଯାତ୍ରା ଆରମ୍ଭ ହୋଇଛି। ସେପଟେ ବିଧାନସଭା ପ୍ରଶ୍ନକାଳ ଆରମ୍ଭ ପୁର୍ବରୁ ଗଙ୍ଗା ଜଳ ଛିଞ୍ଚିଛି ବିଜେଡି । ବିଧାନସଭା ଚାରିପଟେ ଗଙ୍ଗାଜଳ ଛିଞ୍ଚି ପବିତ୍ର କରିଛି ବିଜେଡି । ତେବେ ଏଭଳି କରିବାର କାରଣ ବିଧାନସଭାରେ ପୋଲିସ ପଶି ବିଧାୟକଙ୍କ ଉପରକୁ ଆକ୍ରମଣ କରିଥିଲା । ବିଧାନସଭାରେ କେବେ ପୋଲିସ ପଶିନଥିଲା କିମ୍ବା ବିଧାୟକଙ୍କ ଉପରକୁ କେବେ ଆକ୍ରମଣ କରିନଥିଲା ।
ଏହାରି ଭିତରେ କଂଗ୍ରେସ ନେତା ମାନସ ଚୌଧୁରୀ ଅଟକ ରଖିଛି ପୋଲିସ। ଘରୁ ଆସି ମାନସ ଚୌଧୁରୀଙ୍କୁ ଉଠାଇ ନେଇଛି ପୋଲିସ।
ଆଜି ଭୁବନେଶ୍ୱର ଘେରିବ କଂଗ୍ରେସ। ଏନେଇ ହାଇ ଆର୍ଲଟ ମୋଡରେ ରାଜଧାନୀ। ସାରା ଭୁବନେଶ୍ୱରରେ ହୋଇଛି ପୋଲିସ ଛାଉଣୀ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଆଉ ଗୁରୁବାର ରାଜ୍ୟ କଂଗ୍ରେସ ବିଧାନସଭାର ଚତୁଃପାର୍ଶ୍ୱକୁ ଘେରିବାପାଇଁ ପ୍ରସ୍ତୁତ ହେଉଛି। କଂଗ୍ରେସର ଏହି କାର୍ଯ୍ୟକ୍ରମକୁ ରାଜ୍ୟବାସୀ ସମର୍ଥନ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି।
ଏହାରି ଭିତରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ଭିଡିଓ ବାର୍ତ୍ତା ଜାରିକରି କହିଛନ୍ତି, ଗୁରୁବାର ଆମେ ଶାନ୍ତି ଶୃଙ୍ଖଳାର ସହ ଆନ୍ଦୋଳନ କରିବୁ। ହେଲେ ଝାରସୁଗୁଡ଼ା ଥାନାରେ ଯୁବ କଂଗ୍ରେସ ସଭାପତିଙ୍କୁ ଅଟକାଯାଇଥିବା ନେଇ ଖବର ମିଳୁଛି। ପ୍ରଶାସନ ଓ ପୋଲିସ ସେ ଭୁଲ କରନ୍ତୁନାହିଁ। ଆପଣ ଶୃଙ୍ଖଳା ରକ୍ଷାକରନ୍ତୁ। ଆମକୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବାକୁ ଦିଅନ୍ତୁ। ଯଦି ପୋଲିସ ଏଭଳି ବାତାବରଣ ସୃଷ୍ଟିକରେ ତେବେ ବିଭିନ୍ନ ସ୍ଥାନରେ ବିଦ୍ରୋହ ଦେଖାଦେଇପାରେ। ଯେଉଁଠାରେ ପୋଲିସ କଂଗ୍ରେସ କର୍ମୀଙ୍କୁ ଅଟକାଉଛି କିମ୍ବା ହଇରାଣ ହରକତ କରୁଛି ସେଠାରେ କର୍ମୀମାନେ ହିଂସାର ପଥ ନ ଆପଣାଇ ସବୁ ଝଡ଼ଝଞ୍ଜା ସହି ତୁରନ୍ତ ସୂଚନା ଆମପାଖକୁ ପଠାନ୍ତୁ। ଆପଣମାନେ ସଂଘବଦ୍ଧ ଭାବେ ଏହି ଅନ୍ୟାୟର ମୁକାବିଲା କରିବେ। ଆଗକୁ ଅନେକ ପଥ ଯିବାର ରହିଛି, ଇଏତ ନାମକୁମାତ୍ର ବୋଲି ଭକ୍ତ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରି କହିଛନ୍ତି।
ଆଜି ବିଧାନସଭା ଘେରିବ କଂଗ୍ରେସ। ଆଜି କଂଗ୍ରେସର ବଡ଼ ଆନ୍ଦୋଳନ । ବିଧାନସଭା ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରିବ ଦଳ । ଲଗାତର ଦୁଇ ଦିନ ବିଧାନସଭା ଭିତରେ ଓ ବାହାରେ ହଙ୍ଗାମା ପରେ ଆଜି କଂଗ୍ରେସର ଆନ୍ଦୋଳନ । ଷ୍ଟ୍ରାଇକରେ ସାମିଲ ହେବେ ଦଳର ସବୁ ତୁଙ୍ଗ ନେତା । ଆନ୍ଦୋଳନ ଯୋଗୁଁ ରାଜଧାନୀରେ ଟ୍ରାଫିକ ସମସ୍ୟା ବିଗିଡିପାରେ। ଟ୍ରାଫିକ ଜାମ ହେବାରୁ ଲୋକେ ହନ୍ତସନ୍ତ ହେବେ । କଂଗ୍ରେସର ଆନ୍ଦୋଳନକୁ ଦେଖି ସତର୍କ ରହିଛି କମିଶନରେଟ ପୋଲିସ । ରାଜଧାନୀରେ ବିଭିନ୍ନ ଫୋର୍ସ ମୁତୟନ କରାଯାଇଛି। ସକାଳ ୯ରୁ ଅପରାହ୍ଣ ୩ଟା ଯାଏ ରୁପାଲି ଛକରୁ ରାଜମହଲ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ଜାରି କରାଯାଇଛି।