ମୋଦିଙ୍କ ଯୋଗୁ ରାମମନ୍ଦିର ନିର୍ମାଣ ହୋଇପାରିଛି ସମ୍ଭବ: ନ୍ୟୁଜିଲାଣ୍ଡ ମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୨ରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପୂର୍ବରୁ ଅଯୋଧ୍ୟାରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଅଛି। ଏହି କାର୍ଯ୍ୟକ୍ରମ ବିଷୟରେ ବିଦେଶରୁ ଅଭିନନ୍ଦନ ବାର୍ତ୍ତା ମଧ୍ୟ ଆସୁଛି। ନ୍ୟୁଜିଲାଣ୍ଡର ବର୍ତ୍ତମାନର ଅନେକ ମନ୍ତ୍ରୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ବାର୍ତ୍ତା ପଠାଇଛନ୍ତି। ଅଭିନନ୍ଦନ ବାର୍ତ୍ତାରେ କୁହାଯାଇଛି ଯେ, କେବଳ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ ହେତୁ ୫୦୦ ବର୍ଷ ଅପେକ୍ଷା ପରେ ଏହା ସମ୍ଭବ ହୋଇପାରିଛି।
ନ୍ୟୁଜିଲାଣ୍ଡର ମନ୍ତ୍ରୀ ଡେଭିଡ ସେମୋର କହିଛନ୍ତି, ଜୟ ଶ୍ରୀ ରାମ … ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଭାରତର ସମସ୍ତ ଲୋକଙ୍କୁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି, କାରଣ ୫୦୦ ବର୍ଷ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ ଯୋଗୁ ଏହି ମନ୍ଦିର ନିର୍ମାଣ କାର୍ଯ୍ୟ ସମ୍ଭବ ହୋଇପାରିଛି। ରାମ ମନ୍ଦିର ପରିଦର୍ଶନ କରି ସେ ଖୁସି ହେବେ ବୋଲି ମନ୍ତ୍ରୀ କହିଛନ୍ତି।
ଅନ୍ୟ ଜଣେ ମନ୍ତ୍ରୀ ମନ୍ତ୍ରୀ ମେଲିସା ଲି କହିଛନ୍ତି, ରାମ ମନ୍ଦିର ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ ଏବଂ କାର୍ଯ୍ୟର ଫଳାଫଳ। ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଉତ୍ସବ ପାଳନ କରିବା ପାଇଁ ମୁଁ ସାରା ବିଶ୍ୱରେ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଉଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାରତବାସୀଙ୍କୁ ଅଭିନନ୍ଦନ। ପ୍ରଧାନମନ୍ତ୍ରୀ ମୋଦିଙ୍କ ପରିଶ୍ରମର ଫଳାଫଳ ହେଉଛି ରାମ ମନ୍ଦିର। ମୋଦି ଭାରତର ଅର୍ଥନୀତିକୁ ଅଧିକ ଉଚ୍ଚତାକୁ ନେଇଯିବେ। ସମଗ୍ର ବିଶ୍ୱରେ ପିଏମ ମୋଦିଙ୍କୁ ସମ୍ମାନିତ କରାଯାଇଛି ଏବଂ ସେ ଭାରତର ଲୋକଙ୍କ ପାଇଁ କିଛି ଭଲ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri