ମିଟର ରିଡିଂ ଅଧିକ ଆସିବାରୁ ବିଦ୍ୟୁତ୍‌ କର୍ମଚାରୀଙ୍କୁ ହତ୍ୟା କଲେ ଉପଭୋକ୍ତା

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀନରେ କାର୍ଯ୍ୟରତ ଗାଲେରୀର ଜଣେ କର୍ମଚାରୀଙ୍କୁ ସୋମବାର ଅତି ନିର୍ମମ ଭାବେ କୁପାଟି ଗ୍ରାମରେ ହତ୍ୟା କରାଯାଇଛି। ମୃତ କର୍ମଚାରୀ ଜଣଙ୍କ ହେଲେ ଗାଲେରୀର ଲକ୍ଷ୍ମୀନାରାୟଣ ତ୍ରିପାଠୀ (୫୨)। ମିଟର ରିଡ଼ିଂ ଅଧିକ ହେବାରୁ ଉପଭୋକ୍ତା ଏବଂ କର୍ମଚାରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଉପଭୋକ୍ତା ଜଣଙ୍କ କର୍ମଚାରୀଙ୍କୁ ହତ୍ୟା କରିଥିଲେ।
ଘଟଣା ପରେ ଅଭିଯୁକ୍ତଙ୍କୁ ଗ୍ରାମବାସୀ କାବୁ କରିବା ପାଇଁ ଚେଷ୍ଟା କରିଥିଲେ। ହେଲେ ଅଭିଯୁକ୍ତ ଗ୍ରାମବାସୀଙ୍କୁ ଆକ୍ରମଣ କରିବାକୁ ଗୋଡ଼ାଇଥିଲେ। ଏଥିରେ ଗ୍ରାମର ରିଙ୍କୁ ନାଇକ ଆହତ ହୋଇ ଗାଲେରୀ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।

ପରେ କୌଶଳ କ୍ରମେ ଗ୍ରାମବାସୀ ଅଭିଯୁକ୍ତଙ୍କୁ କାବୁ କରି ନିସ୍ତୁକ ମାଡ଼ମାରି ପୋଲିସ ଜିମା ଦେଇଥିଲେ। ଏହି ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଘଟଣା ପରେ ଟାଟା ପାୱାର ଅଧିକାରୀ ପରିସ୍ଥିତି ପ୍ରତି ନଜର ରଖିବା ସହ କେଉଁଭଳି ପରିସ୍ଥିତିରେ ଏତେବଡ଼ ଘଟଣା ଘଟିଲା ସେନେଇ ତଦନ୍ତ ଆରମ୍ଭ କରିଛନ୍ତି।

ଗାଲେରୀ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇବା ପଠାଇଛି। ଖବର ପାଇ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଲକ୍ଷ୍ମୀନାରାୟଣ ବହୁଦିନ ହେବ ମିଟର ରିଡ଼ିଂ କାମ କରୁଥିଲେ।

ସୂଚନା ଯୋଗ୍ୟ, ଲକ୍ଷ୍ମୀନାରାୟଣ ସ୍ତ୍ରୀଙ୍କ ସହ ଗ୍ରାମ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ପରେ ସ୍ତ୍ରୀଙ୍କୁ ଘରେ ଛାଡ଼ି ମିଟର ରିଡିଂ ଆଣିବାକୁ କୁପାଟି ଗ୍ରାମକୁ ଯାଇଥିଲେ। ଏହି ସମୟରେ ଜଣେ ଉପଭୋକ୍ତଙ୍କ ମିଟର ରିଡ଼ିଙ୍ଗ ଲକ୍ଷ୍ମୀନାରାୟଣ ନେବାକୁ ଯାଇଥିବା ବେଳେ ଉପଭୋକ୍ତା ଜଣଙ୍କ ପଚାରିଥିଲେ ମୋର କାହିଁକି ଅଧିକ ବିଲ ଆସୁଛି। ଲକ୍ଷ୍ମୀନାରାୟଣ କୁଆଡେ କହିଥିଲେ ଏନେଇ ମୁଁ ଜାଣିନି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପଚାର। ଏଥିରେ ଉପଭୋକ୍ତା ଜଣଙ୍କ ଉତ୍ତ୍ୟକ୍ତ ହୋଇ ଘରେ ଥିବା ଏକ ଟାଙ୍ଗିଆରେ ଲକ୍ଷ୍ମୀନାରାୟଣଙ୍କୁ ହାଣି ହତ୍ୟା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri