ଭ୍ରମାତ୍ମକ ଅଫର ପ୍ରତି ଗ୍ରାହକ ସାବଧାନ ରୁହନ୍ତୁ: ସଞ୍ଜୟ

ଭୁବନେଶ୍ୱର,୧୧।୧୧ : ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସାରା ଦେଶ ଧନ୍‌ତେରସ୍‌ ଓ ଆଲୋକର ପର୍ବ ଦୀପାବଳି ପାଳନ ଉପଲକ୍ଷେ ଅଳଙ୍କାର ଓ ମୂଲ୍ୟବାନ୍‌ ସାମଗ୍ରୀ କ୍ରୟ କରିବେ। ଏପରିକି ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ଆକର୍ଷଣୀୟ ଅଫର ଓ ରିହାତି ପ୍ରଦାନ କରୁଛନ୍ତି। ଅପରପକ୍ଷରେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ସର୍ବଦା ଗ୍ରାହକଙ୍କ ହିତ ଓ ସତ୍ୟତାକୁ ଅଗ୍ରାଧିକାର ଦେଇ ବିଭିନ୍ନ ସମୟରେ ସଚେତନତା ଅଭିଯାନ ଚଳାଇ ଆସୁଛି। ସୁନାର ଗୁଣବତ୍ତା ସହ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଗ୍ରାହକଙ୍କୁ ‘ଅପ୍‌ ଟୁ’ ଅଥବା ‘ପର୍ଯ୍ୟନ୍ତ’ ସ୍କାମ୍‌ ଏବଂ ସର୍ତ୍ତମୂଳକ ଅଫରରୁ ବିରତ ରହିବା ନେଇ ସଚେତନ କରିଆସୁଛି। ଏଥିସହ ସର୍ବଦା ଫ୍ଲାଟ୍‌ ଓ ସ୍ବଚ୍ଛ ଗଢ଼ା ମଜୁରିକୁ ଚୟନ କରିବା ଉପରେ ମଧ୍ୟ ସଚେତନ କରାଉଛି। ଆଗକୁ ବି ଗ୍ରାହକଙ୍କୁ ଭୂଆଁ ବୁଲାଇବାକୁ ପ୍ରୟାସ କରୁଥିବା ସମସ୍ତ ପ୍ରତିଷ୍ଠାନର ପର୍ଦ୍ଦାଫାଶ କରିବାକୁ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ପ୍ରତିଶ୍ରୁତିବଦ୍ଧ ବୋଲି ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଫାଉଣ୍ଡର ଚେୟାରମ୍ୟାନ୍‌ ସଞ୍ଜୟ ହଂସ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଗତବର୍ଷ ତୁଳନାରେ ଚଳିତ ବର୍ଷର କାରବାର ୨୫ରୁ ୫୦% ବିକ୍ରୟ ଅଭିବୃଦ୍ଧି ବଢ଼ିପାରେ ବୋଲି ଆଶା କରାଯାଉଛି। ବର୍ତ୍ତମାନ ବିଶ୍ୱରେ ଯୁଦ୍ଧ ପରିସ୍ଥିତି ଉପୁଜିଥିବା ଯୋଗୁ ନିବେଶକମାନେ ଅଧିକ ପରିମାଣରେ ସୁନା କିଣୁଛନ୍ତି। ଆଗକୁ ବିବାହ ଋତୁ ଆସୁଥିବାରୁ ଗ୍ରାହକମାନେ ଧନ୍‌ତେରସ୍‌ ଓ ଦୀପାବଳି ଅବସରରେ ଚାଲିଥିବା ଅଫରର ସୁଯୋଗ ନେଇ କିଣାକିଣି କରିବେ। ଉଲ୍ଲେଖଯୋଗ୍ୟ, ଆଲୋକର ପର୍ବ ଦୀପାବଳି ଏବଂ ଧନତେରସ୍‌ର ଶୁଭ ଅବସରରେ ଲାଲଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର୍‌ ଦିଆଯାଉଛି, ଏପରିକି ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନା ଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ ୬୨୫ ଟଙ୍କା ଏବଂ ହୀରା ମୂଲ୍ୟ ଉପରେ ପ୍ରତି କ୍ୟାରେଟ୍‌ ପିଛା ଫ୍ଲାଟ୍‌ ୨୦,୦୦୦ ଟଙ୍କା ରିହାତି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri