୩ ଦିନ ବର୍ଷା

ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି।  ସମୁଦ୍ର ପତ୍ତନଠାରୁ ୪.୫ କିଲୋମିଟର ପର୍ଯ୍ୟନ୍ତ ଏହା ବିସ୍ତାରିତ ଅବସ୍ଥାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବ। ରାଜ୍ୟର ଉପକୂଳବର୍ତ୍ତୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ସମେତ କେନ୍ଦୁଝର, ମୟୂରଭଞ୍ଜ, କୋରପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡା, କନ୍ଧମାଳ, ଅନୁଗୋଳ ଢେଙ୍କାନାଳ ଆଦି ଜିଲାରେ ଝଡ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ୨୦ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବର୍ଷା ସମୟରେ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।

 

Share