ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି ଖୋଲିବାକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହୋଇଛି। ରାଳବ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଭଳିବଲ ଖେଳୁଥିବା ଖେଳାଳିମାନେ ଉକ୍ତ ସ୍ଥାନରେ ମଣ୍ଡି ଖୋଲିବାକୁ ବିରୋଧ କରି ସୋମବାର ସନ୍ଧ୍ୟାରେ ହିଞ୍ଜିଳିକାଟୁ ଆରଏମସି ଅଫିସ ସାମ୍ନାରେ ଧାରଣାରେ ବସିଛନ୍ତି। ଭଲି ଖେଳାଳିଙ୍କ ଯୁକ୍ତି ହେଲା ସେମାନେ ଦୀର୍ଘ ବର୍ଷ ଧରି ଉକ୍ତ ସ୍ଥାନରେ ଖେଳୁଛନ୍ତି। ପଡିଆ ସମତୁଲ ଇତ୍ୟାଦି ଖର୍ଚ୍ଚ କରିଛନ୍ତି। ସେମାନଙ୍କୁ ନ ଜଣାଇ ଆର୍‌ଏମସି କର୍ତ୍ତୃପକ୍ଷ ସେଠାରେ ଧାନ ମଣ୍ଡି ଖୋଲିବାକୁ ବାଉଁଶ ଇତ୍ୟାଦି ଭିଡୁଛନ୍ତି। ଅନ୍ୟତ୍ର ଏହାକୁ ନ ଘୁଞ୍ଚାଇଲା ପର୍ଯ୍ୟନ୍ତ ସେମାନେ ଧାରଣା ଦେବେ ବୋଲି କହିଛନ୍ତି। ମାର୍କଣ୍ଡ ପାଣିଗ୍ରାହୀଙ୍କ ସମେତ ରାଳବ ଗାଁର ବହୁ ଯୁବକ ଧାରଣାରେ ବସିଛନ୍ତି। ଅନ୍ୟ ପକ୍ଷରେ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ରାଳବ ଓ ନନ୍ଦିକ ପଞ୍ଚାୟତ ନିମନ୍ତେ ନନ୍ଦିକ ପ୍ରାଥମିକ ସେବା ସମିତି ଜରିଆରେ ଏକ ଧାନ ମଣ୍ଡି ଖୋଲିବାକୁ ଆର୍‌ଏମସି ହିଞ୍ଜିଳିକାଟୁ ପକ୍ଷରୁ ପ୍ରୟାସ କରାଯାଇଛି। ରାଳବଠାରେ ଆରଏମସି ମାକେର୍ଟ ୟାର୍ଡ ରହିଛି ତେଣୁ ଚାଷୀଙ୍କ ସୁବିଧା ଓ ଧାନ ମଣ୍ଡି ସମୟରେ ଧାନର ସୁରକ୍ଷା ପାଇଁ ଉକ୍ତ ସ୍ଥାନଟି ଉପଯୁକ୍ତ ହେବ। ସେଥିପାଇଁ ଧାନ ମଣ୍ଡି ଖୋଲିବାକୁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ନିଆଯାଇଥିଲା ବୋଲି ଆରଏମସି କର୍ମଚାରୀ ସଞ୍ଜୟ ପଣ୍ଡା କହିଛନ୍ତି। ଖବର ଲେଖା ସୁଦ୍ଧା ଯୁବକମାନେ ଧାରଣରୁ ଉଠି ନାହାନ୍ତି। ଧାରଣାରେ ବସିଥିବା ଯୁବକ ମାନଙ୍କ ସହ ଆର୍‌ଏମସି କର୍ମଚାରୀ ଆଲୋଚନା କରୁଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri