ରାସ୍ତା ଖୋଳାକୁ ନେଇ ଉତ୍ତେଜନା

ଲଙ୍ଗଳେଶ୍ୱର,୧୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାଉଡ଼ି ପଞ୍ଚାୟତର ମହାନ୍ତି ଛକଠାରେ ସରକାରୀ ରାସ୍ତାକୁ ରାତି ଅଧରେ ଜେସିବି ମେଶିନ ଲଗାଇ ଖୋଳି ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଯାତାୟତ ବାଧାପ୍ରାପ୍ତ ହେବାରୁ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।
ସୂଚନା ଅନୁଯାୟୀ, ସାଉଡ଼ି ପଞ୍ଚାୟତର ମହାନ୍ତି ଛକ ଦେଇ ଯାଇଥିବା ଏହି ରାସ୍ତା ଉପରେ ୫ଟି ପଞ୍ଚାୟତର ହଜାର ହଜାର ଲୋକେ ଯାତାୟତ କରିବା ସମେତ ସ୍କୁଲ ଏବଂ ଅଙ୍ଗନୱାଡ଼ି ପିଲାମାନେ ଯିବା ଆସିବା କରିଥାନ୍ତି। ପୂର୍ବରୁ ଏଠାରେ ଥିବା ମାଟି ରାସ୍ତା ଉପରେ ଯାତାୟାତ କରୁଥିବା ଲୋକମାନେ ଅନେକ ଅସୁବିଧାରେ ସମ୍ମୁଖୀନ ହେଉଥିଲେ। ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ୨୦୦୨ରେ ତ୍ତତ୍କାଳୀନ ସରପଞ୍ଚ ନବୀନ ମହାନ୍ତି ସରକାରୀ ଅନୁଦାନରେ ପକ୍କା ରାସ୍ତା ନିର୍ମାଣ କରିଥିଲେ। ତେବେ ଗତ ଗୁରୁବାର ପୂର୍ବତନ ସରପଞ୍ଚ ମହାନ୍ତି ଉକ୍ତ ଢ଼ଳାଇ ରାସ୍ତାକୁ ନିଜ ରାସ୍ତା ବୋଲି ଦାବି କରି ଜେସିବି ମେଶିିନ ଦ୍ୱାରା ରାତି ଅଧରେ ତାଡ଼ି ପକାଇଛନ୍ତି। ଏନେଇ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ଉତ୍ତ୍ୟକ୍ତ ଲୋକେ ଲଙ୍ଗଳେଶ୍ୱର-କଷାଫଳ ମୁଖ୍ୟରାସ୍ତାର ମହାନ୍ତି ଛକଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ସିଂଲା ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ପୂର୍ବତନ ସରପଞ୍ଚ ମହାନ୍ତିଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୨୩ ।୧୧(ଅରୁଣ ସାହୁ):ସମଗ୍ର କନ୍ଧମାଳ ଜିଲାରେ ଏବେ ଅସହ୍ୟ ଜାଡ଼ ଅନୁଭୂତ ହେଉଛି। ଜିଲାର ଦାରିଙ୍ଗବାଡି ବ୍ଲକ ରେ ମଧ୍ୟ ଏହାର ଅଧିକା ପ୍ରଭାବ...

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri