୨୬ଘଣ୍ଟା ପରେ ଅନଶନ ଭାଙ୍ଗିଲେ ସମବାୟ ସମିତି ବୋର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୨୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବୃହଦାଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟମାନେ ବିଭିନ୍ନ ଦାବି ନେଇ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ସକାଳଠାରୁ ଅନଶନରେ ବସିଥିଲେ। ତେବେ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସଭ୍ୟାସଭ୍ୟମାନେ ୨୬ ଘଣ୍ଟା ପରେ ସେମାନଙ୍କର ଅନଶନ ଭଙ୍ଗ କରିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ସମବାୟ ସମିତିର ଏମ୍‌ଡି ବିଷ୍ଣୁପ୍ରିୟା ପ୍ରଧାନ ପହଞ୍ଚି ଅନଶନକାରୀଙ୍କୁ ବୁଝାସୁଝା କରିଥିଲେ ମାତ୍ର କୌଣସି ସମାଧାନ ହୋଇ ପାରି ନ ଥିଲା। ସଭ୍ୟାସଭ୍ୟମାନେ ଲିଖିତ ପ୍ରତିଶ୍ରୁତି ଦେଲେ ଯାଇ ଅନଶନ ଭାଙ୍ଗିବୁ ବୋଲି ଅଡ଼ି ବସିଥିଲେ। ସେପଟେ ବାଲିଗୁଡ଼ା ସମବାୟ ସମିତି ସମୂହର ସହକାରୀ ନିବନ୍ଧକ ସୁକାନ୍ତ ପାଢ଼ୀଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ବୋର୍ଡ ସଦସ୍ୟାସଦସ୍ୟଙ୍କୁ ନେଇ ଦାରିଙ୍ଗବାଡ଼ିଠାରେ ଗୋଟିଏ ବୈଠକ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଉକ୍ତ ବୈଠକରେ ଦାରିଙ୍ଗବାଡ଼ି ସମବାୟ ସମିତିରେ ରହିଥିବା ସମସ୍ୟାର ସମାଧାନ ପାଇଁ ଆଲୋଚନା କରାଯିବ ବୋଲି ବୋର୍ଡ ସଭ୍ୟାସଭ୍ୟଙ୍କୁ କୁହାଯାଇଥିଲା। କିନ୍ତୁ ସେମାନେ ଲିଖିତ ମାଗିବାରୁ ଆମେ ବର୍ତ୍ତମାନ ଲିଖିତ ଆକାରରେ ଦେବା ପରେ ଅନଶନ ଭଙ୍ଗ ହୋଇଛି।

ଏନେଇ ବୋର୍ଡ ସଦସ୍ୟ ଚକ୍ରଧର ମଲିକ କହିଛନ୍ତି, ଦାରିଙ୍ଗବାଡ଼ି ଥାନା ଏଏସ୍‌ଆଇ ଶ୍ରୀନିବାସ ରାଓ, ଅର୍ଜ୍ଜୁନ ଶବର ଏବଂ ସମବାୟ ସମିତି ଏମ୍‌ଡି ବିଷ୍ଣୁପ୍ରିୟା ପ୍ରଧାନ ଅନଶନସ୍ଥଳରେ ପହଞ୍ଚି ଲିଖିତ ଚିଠି ଦେବାରେ ପରେ ଆମର ଏହି ଅନଶନ ଭଙ୍ଗ ହୋଇଛି।

ଉକ୍ତ ଅନଶନରେ ସଭାନେତ୍ରୀ ଲିଲିମା ପ୍ରଧାନ,ସାଧୁ ନାୟକ, ଦିଲୀପ ପ୍ରଧାନ, ଚିତ୍ରସେନ ପ୍ରଧାନ, ଧୀରେନ ପ୍ରଧାନ, ଜୁନସ ପ୍ରଧାନ, ପଠାଣି ସାହୁ, ନୀଳମ୍ବର ପ୍ରଧାନ, ପ୍ରକାଶ ପ୍ରଧାନ ପ୍ରମୁଖ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri