ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ଧନିଆ

ଧନିଆ ପତ୍ରରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ବିଶେଷ ଭାବରେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ ଏବଂ ତାହା ଖାଦ୍ୟର ସ୍ବାଦ ବଢ଼ାଇଦିଏ। ତେବେ ଏହାକୁ ନିୟମିତ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ, ରକ୍ତରେ ଶର୍କରା ପରିମାଣକୁ ସନ୍ତୁଳିତ ରଖିବାରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଧନିଆ ପତ୍ର ହୃତ୍‌ପିଣ୍ଡ (ହାର୍ଟ) ପାଇଁ ମଧ୍ୟ ଉପକାରୀ। ଅନ୍ୟପକ୍ଷରେ ଅନ୍ତଃନଳୀ ସମସ୍ୟା, ବାନ୍ତି, କୋଷ୍ଠ କାଠିନ୍ୟରୁ ଏହା କେତେକାଂଶରେ ଉପଶମ ଦେଇଥାଏ। ଏହା ମାନସିକ ରୋଗରୁ ମଧ୍ୟ ମୁକ୍ତି ଦେଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଅନିଦ୍ରା, ଗଣ୍ଠି ଯନ୍ତ୍ରଣା ଓ ଫୁଲା ସମସ୍ୟାରୁ ଧନିଆ ପତ୍ର ଉପଶମ ଦେଇଥାଏ। ସକାଳୁ ଖାଲିପେଟରେ ଧନିଆରୁ ପ୍ରସ୍ତୁତ ସର୍ବତ ପିଇଲେ ତାହା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତୁଳିତ ରହିବ ଡାଇବେଟିସ୍‌

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍‌ ଯଦି ଜଟିଳ ଆକାର ଧାରଣ କରେ ଏବଂ...

କୃତ୍ରିମ ରକ୍ତ

ପିଟ୍ସବର୍ଗ ମେଡିକାଲ ୟୁନିଭରସିଟିର ରୋଗୀ ରକ୍ତ ପରିଚାଳନା କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଜୋନାଥନ ୱାଟର୍ସ ଗତ ଏକ ଦଶନ୍ଧି ମଧ୍ୟରେ ଏହାକୁ ବ୍ୟବହାର କରି ଅନେକ ରୋଗୀଙ୍କ...

ଉପାଦେୟ ଅଶୋକ ପୁଷ୍ପ

ରାମାୟଣରେ ବର୍ଣ୍ଣିତ ହୋଇଛି ଯେ, ରାବଣ ସୀତାଙ୍କୁ ଚୋରାଇ ନେଇ ଲଙ୍କାର ଅଶୋକ ବନରେ ବନ୍ଦୀ କରି ରଖିଥିଲା। ଅଶୋକ ବୃକ୍ଷ ମୂଳରେ ବସି ସୀତା...

ନିୟମିତ ଦହି ଖାଉଥିଲେ…

ଦହି ପ୍ରାକୃତିକ ଭାବେ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ...

କନ୍ଦମୂଳ ଖାଉଥିଲେ…

ଆମ ଭିତରୁ ଅନେକେ କନ୍ଦମୂଳ ଖାଇବାକୁ ବହୁତ ଭଲ ପାଇଥାନ୍ତି। ଏହା ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍‌ ଉପକାରୀ ମଧ୍ୟ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଚାହୁଁଥିଲେ…

କୁହାଯାଏ, ବାସ୍ତୁ ଅନୁଯାୟୀ ପିଲାମାନଙ୍କ ରୁମ୍‌ ହୋଇଥିଲେ ସେମାନଙ୍କୁ ଭଲ ନିଦ ହେବା ସହ ସେମାନଙ୍କ ସ୍ମରଣ ଶକ୍ତି ପ୍ରଖର ହୋଇଥାଏ। ଏଥିସହିତ ପାଠପଢା ପାଇଁ...

ଏମିତି ଝିଅଙ୍କୁ ଭୁଲ୍‌ରେ କରନ୍ତୁ ନାହିଁ ବିବାହ: ରାତାରାତି ବିଗିଡ଼ିଯିବ …

ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି...

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri