Categories: ଜାତୀୟ

ବେକାବୁ ହେଉଛି କରୋନା: ୨୪ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୭।୨: ଦେଶର ୬ଟି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ସ୍ଥିତି ବେକାବୁ ହେଉଥିବା ବେଳେ ଗତ ୨୪ ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ସମୟ ମଧ୍ୟରେ ୧୬,୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଅପରପକ୍ଷରେ ୧୨,୭୭୧ ଲୋକ ଚିକିତ୍ସାପରେ କରୋନା ମୁକ୍ତ ହୋଇଛନ୍ତି। ମହାରାଷ୍ଟ୍ର, କେରଳ, ପଞ୍ଜାବ, କର୍ନାଟକ, ତାମିଲନାଡୁ, ଗୁଜରାଟ ଆଦି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Share