କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୨୪ ହଜାର ୫୯୫ ଛୁଇଁଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୩୨ ହଜାର ୬୮୦ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା କରୋନା ମୃତ୍ୟୁ ସଂଖ୍ୟା ଲକ୍ଷେ ୧୨ ହଜାର ୯୯୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୬୨ ହଜାର ୨୧୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୮୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ସକାଳ ୮ ସୁଦ୍ଧା ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗତ ଦେଢ଼ ମାସ ମଧ୍ୟରେ ଦେଶରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷରୁ କମରେ ପହଞ୍ଚିଥିବା ଏକ ଖୁସି ଖବର ବୋଲି କୁହାଯାଉଛି।

Share