ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪,୫୭୬ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୪୭୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୧୮୬, କଟକରୁ ୯୬୩, କଳାହାଣ୍ଡିରୁ ୫୭୧, ବରଗଡ଼ରୁ ୫୪୩, ସମ୍ବଲପୁରରୁ ୪୬୦, ନବରଙ୍ଗପୁରରୁ ୪୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୩୮୮, ଯାଜପୁରରୁ ୩୭୩, ପୁରୀରୁ ୩୧୯, ବଲାଙ୍ଗିର ଓ ଝାରସୁଗୁଡ଼ାରୁ ୩୧୪, ନୂଆପଡ଼ାରୁ ୩୦୪, ମୟୂରଭଞ୍ଜରୁ ୨୮୮, ବୌଦ୍ଧରୁ ୨୫୦, ନୟାଗଡ଼ରୁ ୨୨୪, ଜଗତସିଂହପୁରରୁ ୨୧୭, ଗଞ୍ଜାମରୁ ୧୯୬, କେନ୍ଦୁଝରରୁ ୧୯୪, କୋରାପୁଟରୁ ୧୮୨, ଭଦ୍ରକରୁ ୧୫୮, ରାୟଗଡ଼ାରୁ ୧୪୦, କେନ୍ଦ୍ରାପଡ଼ାରୁ ୧୨୧, ଗଜପତିରୁ ୧୧୩, ସୁବର୍ଣ୍ଣପୁରରୁ ୧୧୨, ବାଲେଶ୍ୱରରୁ ୯୭, ଦେବଗଡ଼ ଓ ଢେଙ୍କାନାଳରୁ ୮୮, ମାଲକାନଗିରିରୁ ୮୩, କନ୍ଧମାଳରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୨୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଛି। ଆକ୍ଟିଭ ୮୧,୫୮୫ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୧୬ ହଜାର ୪୦୩। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 

Share