ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪ ଲକ୍ଷ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧ ହଜାର ୯୯୩ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୫୨୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ଶ୍ମଶାନ ବାହାରେ ଧାଡ଼ିଧାଡ଼ି ମୃତଦେହ ପଡ଼ି ରହିଥିବା ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳୁଛି।

Share