ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୮୦ ହଜାର ୮୮୩ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଛି। ଏହି ସମୟ ମଧ୍ୟରେ ହଜାରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮ ଲକ୍ଷ ୫୩ ହଜାର ୪୦୭ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୬୭ ହଜାର ୩୭୬ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୨୯ ଲକ୍ଷ ୧ ହଜାର ୯୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୮ ଲକ୍ଷ ୧ ହଜାର ୨୮୨ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେପ୍ଟେମ୍ବର ୨ ସୁଦ୍ଧା ଦେଶରେ ୪ କୋଟି ୫୫ ଲକ୍ଷ ୯ ହଜାର ୩୮୦ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର୍ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ୧୧ ଲକ୍ଷ ୭୨ ହଜାର ୧୭୯ ଜଣଙ୍କ ନମୁନା ପରୀକ୍ଷା ହୋଇଛି।