ରେକର୍ଡ ଭାଙ୍ଗିଲା କରୋନା: ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ଟପିଲା ୨୬୦୦…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୬ ହଜାର ୭୮୬ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨୬୨୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତି ମଧ୍ୟରେ ଦେଶରେ ୨୭ କୋଟି ୬୧ ଲକ୍ଷ ୯୯ ହଜାର ୨୨୨ ଲୋକଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ସେହିପରି ଇତିମଧ୍ୟରେ ଦେଶରେ ୧୩ କୋଟି ୮୩ ଲକ୍ଷ ୭୯ ହଜାର ୮୩୨ ଲୋକଙ୍କର ଟିକାକରଣ କରାଯାଇଛି।

Share