ରାଜ୍ୟରେ ୨,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥିବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୧୩ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୧୯୩ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୯୦ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୧ ଜଣ ଚିହ୍ନଟ ହୋଇଛନ୍ତି।
୨,୬୦୨ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨୮ ହଜାର ୪୨୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Share