Categories: ଜାତୀୟ

ବଢୁଛି କରୋନା: ସତର୍କ ରହିବାକୁ ୫ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ,୪।୬: ଦେଶରେ ପୁଣି ବଢୁଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପାଉଛି ସଂକ୍ରମଣ। ତେବେ ସଂକ୍ରମଣକୁ ରୋକିବା ଲାଗି ସତର୍କ ରହିବାକୁ କେନ୍ଦ୍ର ସରକାର ୫ ରାଜ୍ୟ ସରକାରଙ୍କୁ କହିଛନ୍ତି। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖି ଜଣାଇଛନ୍ତି।
ସେହିପରି ସଂକ୍ରମଣ ଯେପରି ନ ବ୍ୟାପେ ସେଥିଲାଗି ଆବଶ୍ୟକ ପଦକ୍ଷେପ ନେବା ପାଇଁ କୁହାଯାଇଛି। କିଛି ରାଜ୍ୟରେ ସଂକ୍ରମଣ ବଢ଼ିବାରୁ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି।  ନିୟମିତ ଭାବେ ପରୀକ୍ଷା, ସ୍କ୍ରିନିଂ, ଟିକାକରଣ ଜାରି ରଖିବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି।

Share