CORONAVIRUS UPDATE: ରାଜ୍ୟରେ ଆଉ ୧୬୦୨ ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଲା

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୯ ଜିଲାରୁ ୧୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୦୯ ଲୋକାଲ କେସ୍‌ ରହିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୩୦୮ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨,୭୩୭ଟି ଆକ୍ଟିଭ କେସ ରହିଥିବା ବେଳେ ୨୦,୫୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୨୮୭୦୮ଟି ସାମ୍ପୁଲ ଟେଷ୍ଟ ହୋଇଛି ।

Share