କରୋନା ମୃତ୍ୟୁ ସଂଖ୍ୟା ୯୦ ହଜାର ଟପିଲା

ନୂଆଦିଲ୍ଲୀ, ୨୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଇତିମଧ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୯୦ ହଜାର ୨୦ ଛୁଇଁଛି। ଲଗାତାର ୨୧ ଦିନ ଧରି ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ହଜାରେ ଉପରେ ରହିଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ପୃଥିବୀରେ ସର୍ବାଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଶରେ ୮୯ ହଜାର ୭୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସମୟରେ ୮୩ ହଜାର ୩୪୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହଜାରେ ୮୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଏସମ୍ପର୍କରେ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୯ ଲକ୍ଷ ୬୮ ହଜାର ୩୭୭ରେ ପହଞ୍ଚିଛି। ଅପରପକ୍ଷରେ ୪୫ ଲକ୍ଷ ୮୭ ହଜାର ୬୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୧୧ରେ ପହଞ୍ଚିଛି। ମଙ୍ଗଳବାର ୯ଲକ୍ଷ ୫୩ ହଜାର ୬୮୩ଜଣଙ୍କ ନମୁନା ପରୀକ୍ଷା ହୋଇଛି। ସେହିପରି ସେପ୍ଟେମ୍ବର ୨୨ ସୁଦ୍ଧା ଦେଶରେ ୬ କୋଟି ୬୨ ଲକ୍ଷ ୭୯ ହଜାର ୪୬୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।

Share