ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୬୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱରରୁ କେବଳ ୫ଜଣ ରହିଛନ୍ତି। ସେହିପରି ନୟାଗଡ଼ ଓ ପୁରୀ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମରେ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ବରଗଡ଼ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୋଳ, କଟକ ଓ ସମ୍ବଲପୁର ଜିଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୁରଭଞ୍ଜ ଓ ନବରଙ୍ଗପୁରରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share