ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ: ୧୯୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ ପୁରୀ ଜିଲାର ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩,୪୪,୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୫୫ ଜଣ ଆକ୍ଟିଭ କେସ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share