ଅଡିଟ୍‌ ପରେ ଗଞ୍ଜାମରେ ବଢୁଛି କରୋନା ମୃତ୍ୟୁସଂଖ୍ୟା

ଛତ୍ରପୁର,୮ା୭(ଡି.ଏନ): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ଥମୁନି। ଆଜି ଜିଲାରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଅଡିଟ୍‌ ପରେ ଏହି ମୃତ୍ୟୁସଂଖ୍ୟା ବଢୁଛି। ଏହା ଦିନକର ନୁହେଁ ଏବଂ ପୂର୍ବରୁ ମୃତ୍ୟୁକୁ ମିଶାଇ ଏହା ଘୋଷଣା କରାଯାଉଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୧୧୬ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୩୬୪ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟପକ୍ଷରେ ଆଜି ଜିଲାରୁ ଆଉ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

Share