କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୫୫୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ମୃତ୍ୟୁ ହୋଇଛି। ସେହିପରି କଟକ, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ଜିଲାରୁ ୪ଜଣ ପ୍ରାଣ ହରାଇଥିବା ବେଳେ ବରଗଡ଼, କେନ୍ଦ୍ରାପଡ଼ା, କୋରାପୁଟରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନୁଗୋଳ, ମାଲକାନଗିରି, ମୟୁରଭଞ୍ଜ, ନୂଆପଡ଼ାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share