ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୧୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ ଜିଲାରୁ ସର୍ବାଧିକ ୫ଜଣ ପ୍ରାଣ ହରାଇଥିବା ବେଳେ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲାରୁ ୪ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ାରୁ ୨ଜଣ ଏବଂ ଢ଼େଙ୍କାନାଳ ଓ ପୁରୀ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।