କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ ଜିଲାରୁ ସର୍ବାଧିକ ୫ଜଣ ପ୍ରାଣ ହରାଇଥିବା ବେଳେ କଳାହାଣ୍ଡି ଓ ରାୟଗଡ଼ା ଜିଲାରୁ ୪ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, ଝାରସୁଗୁଡ଼ା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ବୌଦ୍ଧ, ଜଗତସିଂହପୁର, ଓ କୋରାପୁଟରୁ ୨ଜଣ ଏବଂ କଟକ, ମାଲକାନଗିରି, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share