ନୂଆଦିଲ୍ଲୀ, ୧୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ବଢ଼ି ପୁଣି ୧୭୨ ରହିଛି। ଗୋଟିଏ ଦିନ ତଳେ ଏହା ୧୬୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୫୫୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୬୦୮ ଥିଲା। ସେହିପରି ୨୪ ଘଣ୍ଟାରେ ୨୨୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୪୬ ଥିଲା। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୫ ହଜାର ୯୫୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୧ ହଜାର ୭୨୮ ଜଣ ସୁସ୍ଥ ହୋଇ ସାରିଛନ୍ତି।