କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୧୦,୦୩୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୦୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩,୪୦୮ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୩୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲାରୁ ୮୨୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨୦, ପୁରୀରୁ ୭୦୮, ଅନୁଗୋଳରୁ ୪୫୬, ବରଗଡ଼ରୁ ୪୫୦, କଳାହାଣ୍ଡିରୁ ୪୩୩, ଝାରସୁଗୁଡ଼ାରୁ ୪୧୮, ଯାଜପୁରରୁ ୩୨୮, ନୂଆପଡ଼ାରୁ ୩୧୧, ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗିରରୁ ୨୭୪,ନୟାଗଡ଼ରୁ ୨୬୯, ଭଦ୍ରକରୁ ୨୪୮, ବାଲେଶ୍ୱରରୁ ୨୩୦, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡ଼ାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୪୨, ରାୟଗଡ଼ାରୁ ୧୩୨, ଦେବଗଡ଼ରୁ ୧୧୮, ଜଗତସିଂହପୁରରୁ ୧୧୫, ଗଜପତିରୁ ୮୯, କନ୍ଧମାଳରୁ ୭୫ ଓ ମାଲକାନଗିରିରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ୨୭୧ ଜଣ ଅଛନ୍ତି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩କୁ ବୃଦ୍ଧି ପାଇଛି। ଆକ୍ଟିଭ ୭୩,୫୪୮ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୪ ହଜାର ୦୬୩। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Share