୧୦ ହଜାର ତଳକୁ ଖସିଲା କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୯,୭୯୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୨୫୯ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୫୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲାରୁ ୧୦୧୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୧ ଜଣ, ଅନୁଗୋଳରୁ ୫୨୬, ଝାରସୁଗୁଡ଼ାରୁ ୪୦୪, ନୂଆପଡ଼ାରୁ ୪୦୧, ଯାଜପୁରରୁ ୩୭୬, ସମ୍ବଲପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ବାଲେଶ୍ୱରରୁ ୩୧୪, ନବରଙ୍ଗପୁରରୁ ୩୦୨, ଗଞ୍ଜାମରୁ ୨୭୬, ବରଗଡ଼ରୁ ୨୭୦, ନୟାଗଡ଼ରୁ ୨୫୪, କେନ୍ଦୁଝରରୁ ୨୪୪, କଳାହାଣ୍ଡିରୁ ୨୨୪, ମୟୂରଭଞ୍ଜରୁ ୧୯୯, ଜଗତସିଂହପୁରରୁ ୧୮୯, କୋରାପୁଟରୁ ୧୭୪, କେନ୍ଦ୍ରାପଡ଼ାରୁ ୧୫୮, ବୌଦ୍ଧରୁ ୧୫୨, ରାୟଗଡ଼ାରୁ ୧୪୮, ସୁବର୍ଣ୍ଣପୁରରୁ ୧୪୦, ଦେବଗଡ଼ରୁ ୧୨୫, ଗଜପତିରୁ ୧୧୧, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୧, ମାଲକାନଗିରିରୁ ୬୩ ଓ ଭଦ୍ରକରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୨୮୦ ଜଣ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୫୪ ହଜାର ୬୬୬ରେକୁ ବୃଦ୍ଧି ପାଇଛି। ଆକ୍ଟିଭ ୯୪ ହଜାର ୮୨୯ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୫୭ ହଜାର ୫୬୯ ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Share