ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି। ଏହି ୪୦ ମୃତକଙ୍କ ମଧ୍ୟରୁ ବରଗଡ଼ ଓ କଟକ ଜିଲାରୁ ସର୍ବାଧିକ ୫ ଜଣ ଲେଖାଏ ଅଛନ୍ତି। କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ା ଜିଲାରୁ ୪ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏ, ବଲାଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ୨ ଜଣ ଲେଖାଏ ଏବଂ ଅନୁଗୋଳ, ମାଲକାନଗିରି ଓ ନୟାଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share