କରୋନା ଏବେ ଗାଁ ମୁହାଁ…

ନୂଆଦିଲ୍ଲୀ,୯।୫: ଦେଶର ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହୋଇଥିବାବେଳେ ଧୀରେଧୀରେ ଗ୍ରାମୀଣ ଅଞ୍ଚଳରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଲହର ଏବେ ଗାଁ ମୁହାଁ ହେବାଯୋଗୁ କେନ୍ଦ୍ର ସରକାରଙ୍କ ସହିତ ବିଭିନ୍ନ ରାଜ୍ୟ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳର ବିଭିନ୍ନ ଗାଁକୁ ସାନିଟାଇଜ୍‌ କରାଯିବା ସହିତ ଲୋକଙ୍କୁ ସଚେତନ ରହିବାକୁ ପରାମର୍ଶ ଦିଆଯାଉଛି। ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିର୍ଦ୍ଦିଷ୍ଟ ସମୟ ଅନ୍ତରରେ ହାତ ଧୋଇବା ଉପରେ ଗୁରୁତ୍ୱାରୋପ କରାଯାଉଛି। ଗାଁର ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଆବଶ୍ୟକ ସ୍ବାସ୍ଥ୍ୟ ସେବା ଜାରି ରହିଛି। ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, କେରଳ, ତାମିଲନାଡ, ଛତିଶଗଡ଼ ଆଦି ରାଜ୍ୟରେ ଗ୍ରାମାଞ୍ଚଳରେ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ସଂଖ୍ୟା ବଢ଼ିବାରେ ଲାଗିଛି।

Share