Categories: ଜାତୀୟ

ପୁଣି କରୋନା ଆତଙ୍କ : ୧୧ ରାଜ୍ୟରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଆକ୍ରାନ୍ତ…

ନୂଆଦିଲ୍ଲୀ,୨୮।୩ : ଦେଶରେ ପୁଣି ଥରେ କରୋନା ଆତଙ୍କ ଦେଖାଦେଇଛି। ସଂକ୍ରମଣର ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି।

ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି।

ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଜାନୁଆରୀରେଏକ୍ସବିବି-୧.୧୬ ଭାରିଆଣ୍ଟ ପ୍ରଥମେ ଚିହ୍ନଟ ହୋଇଥିଲା ।

Share